www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟରେ ଆଉ ୧୬୫ କରୋନା ପଜିଟିଭ୍ ଚିହ୍ନଟ, ୪୬୭୭ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଶୁକ୍ରବାର ପୁଣି ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୬୭୭ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବ ୧୬୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ଲୋକାଲ କେସ୍ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ଚିହ୍ନଟ ହୋଇଥିବା ୧୬୫ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଓ ଯାଜପୁରରୁ ୮ଜଣ ଲେଖାଏ, ନବରଙ୍ଗପୁର ଓ ମୟୂରଭଞ୍ଜରୁ ୩ଜଣ, ନୟାଗଡ଼, ଜଗତସିଂହପୁର, ଅନୁଗୁଳ, ମାଲକାନଗିରି ଓ କୋରାପୁଟରୁ ଜଣେ ଲେଖାଏ, ପୁରୀରୁ ୭ଜଣ, କଟକରୁ ୨୦ଜଣ, ଝାରସୁଗୁଡ଼ା ଓ ବଲାଙ୍ଗିରରୁ ୨ଜଣ, ବାଲେଶ୍ୱରରୁ ୨୧ଜଣ, ଗଜପତିରୁ ୨୮ଜଣ, ସୁନ୍ଦରଗଡ଼ରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପଶ୍ଚିମବଙ୍ଗରୁ ଅମ୍ପନ୍‌ ମୁକାବିଲା କରି ଫେରିଥିବା ଆଉ ୧୧ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୧୬ ହଜାର ୬୦୭ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୪ ହଜାର ୬୭୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩ ହଜାର ୧୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୧୯ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories