www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଶନିବାର ହୋଇଥିବା କରୋନା ମୃତ୍ୟୁକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ଆଜି ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ଜଣଙ୍କ ପୁରୀ ଜିଲାର ହୋଇଥିବା ବେଳେ ତାଙ୍କ ବୟସ ୬୦ ବର୍ଷ ହେବ ବୋଲି ଜଣାପଡିଛି। ପୁରୀ ଜିଲାର ଏହା ପ୍ରଥମ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିଭଳି ପୂର୍ବରୁ ଖୋର୍ଦ୍ଧା ଜିଲାର ୪ ଜଣ, ଗଞ୍ଜାମ ଜିଲାର ୬ ଜଣ ଏବଂ କଟକ ଜିଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।


ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଟ୍ବିଟର ପକ୍ଷରୁ ଦର୍ଶାଯାଇଛି ଯେ, ମୃତ ବ୍ୟକ୍ତି ଜଣଙ୍କ ପୁରୀ ଜିଲାର । ତାଙ୍କ ବୟସ ୬୦ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ପଲମୋନାରି ରୋଗରେ ମଧ୍ୟ ପୀଡିତ ଥିଲେ ବୋଲି ଜଣାପଡିଛି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories