www.samajalive.in
Monday, December 8, 2025
17.1 C
Bhubaneswar

ସୁସ୍ଥ ତଥା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ନିଶ୍ଚୟ ଖାଆନ୍ତୁ ଏହି ଖାଦ୍ୟ

୧- ତୁଳସୀ ଆଣ୍ଟି-ବାୟୋଟିକର କାମ କରିଥାଏ। ତେଣୁ ନିୟମିତ ତୁଳସୀ ସେବନ କରିବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ।
୨ – ଅଧିକ ପରିମାଣରେ ପାଣି ପିଅନ୍ତୁ। ପାଣି ପିଇବା ଦ୍ୱାରା ଶରୀରରୁ ଅଦରକାରୀ ପଦାର୍ଥ ନିର୍ଗତ ହେବାରେ ସହାୟକ ହୋଇଥାଏ। ଥଣ୍ଡା ପାଣି ପରିବର୍ତ୍ତେ ହାଲକା ଉଷୁମ ପାଣି ପିଇବା ଖୁବ ଉତ୍ତମ।
୩ – ଅଧିକ ରସଯୁକ୍ତ ଫଳ ଖାଇବା ଖୁବ ଉତ୍ତମ। ଯେପରି କମଳା ଆଦି ଅନ୍ୟାନ୍ୟ ଫଳ, ଏଥିରେ ଭିଟାମିନ ସି ପ୍ରଚୁର ପରିମାଣରେ ରହିଥାଏ। ଯାହା ରୋଗ ସହ ଲଢିବାକୁ ସାହାଯ୍ୟ କରିବା ସହ ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବୃଦ୍ଧି କରିଥାଏ। ମାତ୍ର ଫଳ ସହ କୌଣସି ଚାର୍ଟ ମସଲା, ଲୁଣ ଆଦି ମିଶାଇ ଖାଇବା ଉଚିତ ନୁହେଁ।
୪ – କାଜୁ , ବାଦାମ, ପେସ୍ତା ବାଦାମ ଆଦିକୁ ପାଣିରେ ଭିଜାଇ ଏହାକୁ ସକାଳେ ଖାଆନ୍ତୁ। ଏହା ମଧ୍ୟ ଶାରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ। ଶରୀରକୁ ଆବଶ୍ୟକ ପରିମାଣରେ ଶକ୍ତି ଯେ।ଗାଇଥାଏ।
୫ – ସାଲାଡ଼ ଖାଇବା ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ। ଏଥିରେ ବିଭିନ୍ନ ପ୍ରକାର ପୋଷକ ଥିବାରୁ ଏହା ଖୁବ ସ୍ୱାସ୍ଥ୍ୟ ଉପକାରୀ। ଆପଣ ବିଟ, ଗାଜର, ପିଆଜ, କାକୁଡ଼ି ମିଶାଇ ଖାଇବା ମଧ୍ୟ ଉତ୍ତମ।
୬ – ଗଜା ମୁଗ, ବୁଟ ଓ ଡ଼ାଲି ଜାତୀୟ ଖାଦ୍ୟ ମଧ୍ୟ ଅଧିକ ପରିମାଣରେ ଖାଆନ୍ତୁ। ଏଥିରେ ଭରପୂର ମାତ୍ରାରେ ପୋଷଣ ଥାଏ। ଏ ସମସ୍ତ ଖାଦ୍ୟ ଖାଇବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ। ଏହା ସହଜରେ ହଜମ ମଧ୍ୟ ହୋଇଥାଏ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories