www.samajalive.in
Sunday, December 7, 2025
23.1 C
Bhubaneswar

ଆର୍ବିଡି ହାଇସ୍କୁଲର ୧୯୮୯ ମ୍ୟାଟ୍ରିକ ବ୍ୟାଚ ପକ୍ଷରୁ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ଦେବଗଡ : ଭାରତ-ଚୀନ ସୀମାନ୍ତରେ ସହିଦ ହୋଇଥିବା ଭାରତର ୨୦ ଜଣ ବୀର ଯବାନଙ୍କୁ ସ୍ଥାନୀୟ ରାଜା ବାସୁଦେବ ହାଇସ୍କୁଲର ୧୯୮୯ ମସିହା ମ୍ୟାଟ୍ରିକ ବ୍ୟାଚର ଛାତ୍ରମାନଙ୍କ ପକ୍ଷରୁ ଆଜି ସମୁହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଆଜି ସଂଧ୍ୟାରେ ସ୍ଥାନୀୟ ଗୋପବନ୍ଧୁ ଛକଠାରେ ରାଜା ବାସୁଦେବ ହାଇସ୍କୁଲ ୧୯୮୯ ମସିହା ମ୍ୟାଟ୍ରିକ ବ୍ୟାଚର ଛାତ୍ରମାନଙ୍କ ସମେତ ବହୁ ଜନସାଧାରଣ ସ୍ଥାନୀୟ ପୁରୁଣା ପୋଷ୍ଟ ଅଫିସ ଛକ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ କଡରେ ଏକତ୍ରିତ ହୋଇ ବୀର ଯବାନ ମାନଙ୍କ ଫଟୋ ଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ସେମାନେ ଚୀନ ସେନାର ବର୍ବରିତ କାଣ୍ଡକୁ ଦୃଢ ନିନ୍ଦା କରିବା ସହ ଚୀନ ବିରୋଧୀ ସ୍ଲୋଗାନ ଦେଇଥିଲେ। ଏଥିସହ ଭାରତୀୟ ସେନାର ବଳିଦାନ ବ୍ୟର୍ଥ ହେବନାହିଁ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ଆଜି  ପୁଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁଙ୍କ ପବିତ୍ର ୯୨ତମ ପୂଣ୍ୟତିଥି ଉପଲକ୍ଷେ ଉତ୍କଳ ମଣିଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ ଏବଂ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories