www.samajalive.in
Tuesday, December 9, 2025
26.1 C
Bhubaneswar

କରୋନା ମୁକାବିଲା: ‘କୋଭିଡ୍‌ କେୟାର ଫାସିଲିଟି’ରେ ରହିପାରିବେ ୭୦ହଜାର ଲୋକ

ଭୁବଶ୍ବେର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତାରେ କହିଛନ୍ତି ଯେ କୋଭିଡ୍‌ ମୁକାବିଲାର ନୂତନ ରଣକୌଶଳର ଅଂଶସ୍ୱରୂପ ପ୍ରତି ପଞ୍ଚାୟତରେ ‘କୋଭିଡ୍‌ କେୟାର ହୋମ୍‌ ଫାସିଲିଟି’ର ବ୍ୟବସ୍ଥା କରାଯାଉଛି। ଏଥିରେ ୧୦ରୁ ୨୦ ଜଣ ବ୍ୟକ୍ତି ରହିପାରିବେ। ଏହା ଦ୍ୱାରା ସାରା ରାଜ୍ୟରେ ଗ୍ରାମାଞ୍ଚଳରେ ପ୍ରାୟ ୭୦ ହଜାର ଲୋକଙ୍କ ରହିବା ପାଇଁ ବ୍ୟବସ୍ଥା କରାଯାଇ ପାରିବ। ଥଣ୍ଡା, ଜ୍ୱର ଓ କାଶ ଲକ୍ଷଣ ଥିବା ବ୍ୟକ୍ତିମାନଙ୍କୁ ପ୍ରଥମେ କୋଭିଡ୍‌ କେୟାର ହୋମ୍‌ରେ ରଖାଯିବ। ପରୀକ୍ଷଣ ପରେ ଯଦି କୋଭିଡ୍‌ ପଜିଟିଭ୍‌ ଆସେ, ତେବେ ତାଙ୍କୁ କୋଭିଡ୍‌ ହସ୍‌ପିଟାଲ୍‌କୁ ପଠାଯିବ। କୋଭିଡ୍‌ ପରିଚାଳନାକୁ ବିକେନ୍ଦ୍ରୀକରଣ କରିବା ପାଇଁ ସହର ଓ ଗାଁ ସବୁଠାରେ ୱାର୍ଡ ସ୍ତରୀୟ କମିଟି ଗଠନ କରାଯିବ। ଏହି ପରିଚାଳନା କମିଟିରେ ୱାର୍ଡସ୍ତରୀୟ ଲୋକପ୍ରତିନିଧିଙ୍କ ସମେତ ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ, ଏଏନ୍‌ଏମ୍‌ ଏବଂ ଏସ୍‌ଏସ୍‌ଜିର ମା’ମାନେ ସଦସ୍ୟ ରହିବେ । ଏହି କମିଟିକୁ ମହାମାରୀ ରୋଗ ନିୟନ୍ତ୍ରଣ ଆଇନ ଅନୁଯାୟୀ ସ୍ୱତନ୍ତ୍ର କ୍ଷମତା ଦିଆଯିବ। ବର୍ତ୍ତମାନର ଗାଁ କଲ୍ୟାଣ ସମିତି ଏହି କୋଭିଡ୍‌ ପରିଚାଳନା କମିଟିର ଦାୟିତ୍ୱ ନିର୍ବାହ କରିବେ। ପ୍ରତି କମିଟିକୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିବାର କ୍ଷମତା ଦିଆଯିବ। କୋଭିଡ୍‌ କେୟାର ହୋମ୍‌ ଓ ଟି.ଏମ୍‌.ସିର ଦାୟିତ୍ୱ ପୂର୍ବଭଳି ସରପଞ୍ଚଙ୍କ ଉପରେ ନ୍ୟସ୍ତ ରହିବ ଏବଂ ଏଥି ପାଇଁ ସେମାନଙ୍କୁ ଆର୍ଥିକ ଓ ପ୍ରଶାସନିକ କ୍ଷମତା ମିଳିବ। ସହରାଞ୍ଚଳ ୱାର୍ଡ କମିଟିଗୁଡ଼ିକ ୱାର୍ଡ ଅଫିସରଙ୍କ ଦ୍ୱାରା ପରିଚାଳିତ ହେବ ଏବଂ ସେଥିରେ ସ୍ଥାନୀୟ ଲୋକ ଓ ସେ୍ୱଚ୍ଛାସେବକମାନେ ସଦସ୍ୟ ରହିବେ।
କୋଭିଡ୍‌ ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏଥି ସହିତ ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିରେ ଗୁରୁତର ରୋଗୀଙ୍କଠାରୁ ଆରମ୍ଭ କରି ଥଣ୍ଡା, କାଶ ଓ ଜ୍ୱର ରୋଗୀମାନଙ୍କୁ ଚିହ୍ନଟ କରାଯିବା ସହ ସେମାନଙ୍କୁ ଆବଶ୍ୟକ ପରାମର୍ଶ ଓ ଚିକିତ୍ସା ଦେବାର ବ୍ୟବସ୍ଥା କରାଯାଉଛି। ବୟସ୍କ ବ୍ୟକ୍ତି ଓ ୧୦ ବର୍ଷରୁ କମ୍‌ ପିଲାମାନଙ୍କର ସ୍ୱତନ୍ତ୍ର ଯତ୍ନ ନେବା ପାଇଁ ପରାମର୍ଶ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଓଡ଼ିଶାବାସୀଙ୍କ ସହଯୋଗ ଯୋଗୁଁ ଆମେ କରୋନା ରୋଗ ନିୟନ୍ତ୍ରଣରେ ଅନ୍ୟ ରାଜ୍ୟଠାରୁ ଭଲ ସ୍ଥିତିରେ ଅଛୁ। ଆମ ରାଜ୍ୟରେ ଅନେକ କୋଭିଡ୍‌ ହସ୍‌ପିଟାଲ୍‌ କରାଯାଇଛି। ୧୦ ହଜାର ଶଯ୍ୟାର ବ୍ୟବସ୍ଥା କରାଯାଇଛି। ଚିକିତ୍ସା ଉପକରଣ ପ୍ରସ୍ତୁତ ରଖାଯାଇଛି । ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଉପଯୁକ୍ତ ତାଲିମ ପ୍ରଦାନ କରାଯାଇଛି।ଏହିସବୁ ପଦକ୍ଷେପ ଫଳରେ ଆମ ରାଜ୍ୟରେ କରୋନା ଆରୋଗ୍ୟ ହାର ଏବଂ କରୋନା ମୃତ୍ୟୁହାର ଉଭୟରେ ଓଡ଼ିଶା ଅନ୍ୟ ରାଜ୍ୟମାନଙ୍କଠାରୁ ଭଲ ସ୍ଥିିତିରେ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୧୯,୭୭୪ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୪,୮୫୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩୫୩୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧,୩୦୬ ରହିଛି। ୧,୫୪୩ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories