www.samajalive.in
Wednesday, December 10, 2025
26.1 C
Bhubaneswar

୨୪ ଘଣ୍ଟାରେ ପଶ୍ଚିମ ଓଡ଼ିଶାର ୬ ଜିଲାରେ ପ୍ରବଳ ବର୍ଷା ଆଶଙ୍କା; ପାଣିପାଗ ବିଭାଗ ଜାରିକଲା ୟେଲୋ ୱାର୍ଣିଂ

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଆଶଙ୍କା । ଏଥିପାଇଁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ା ଆଦିର କିଛି କିଛି ସ୍ଥାନରେ ଅତିରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ,  ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ଘୂର୍ଣି ବଳୟ  ରହିଛି । ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଏହାର ପ୍ରଭାବରେ  ଆସନ୍ତା ୨ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନୁରୂପ ଭାବରେ ୨୧ ତାରିଖରେ  ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କଟକ ଓ ଅନୁଗୋଳ,  ୨୨ ତାରିଖ ଦିନ ନୂଆପଡ଼ା, ବରଗଡ଼, ନବରଙ୍ଗପୁର,ବଲାଙ୍ଗୀର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କଳାହାଣ୍ଡିରେ ବର୍ଷା ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories