www.samajalive.in
Monday, December 15, 2025
24.1 C
Bhubaneswar

‘କୋଭିଡ୍‌ ୧୯’ ମୁକାବିଲା: ଓଡ଼ିଶାରେ ୨,୨୪,୪୦୨ ଟି ନମୁନା ପରୀକ୍ଷା,ପଜିଟିଭ୍‌ ୫୧୬୦ ଓ ସୁସ୍ଥ ୩୭୨୦

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆରୋଗ୍ୟରେ ମଧ୍ୟ ରେକର୍ଡ ସୃଷ୍ଟି କରିଛି ଓଡ଼ିଶା। ଅପରପକ୍ଷରେ ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୨୪,୪୦୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସମୁଦାୟ ୫୧୬୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭୨୦ ଜଣ କରୋନ ଆକ୍ରାନ୍ତ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଘରକୁ ଫେରିଛନ୍ତି। ଅପରପକ୍ଷରେ ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧,୪୨୧ ରହିଥିବାବେଳେ ୧୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ରବିବାର ସର୍ବାଧିକ ୩୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୩୨ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୧୬୦ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସେହିପରି ରାଜ୍ୟରେ ରବିବାର ଆଉ ୧୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୭୨୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ଭାଉଭଉଣୀମାନେ ଦୈନିକ ଓଡ଼ିଶା ଫେରୁଛନ୍ତି। ଆଜି ୨୬୨୫ ଜଣ ଓଡ଼ିଆ ଭାଉଭଉଣୀ ଓଡ଼ିଶାରେ ପହଞ୍ଚିଛନ୍ତି। ଏ ପର୍ଯ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୫,୭୨,୨୭୧ ଜଣ ଫେରିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories