www.samajalive.in
Thursday, December 11, 2025
13.1 C
Bhubaneswar

ରଥଯାତ୍ରା ହେବାନେଇ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ

ପୁରୀ: ଜୁନ୍ ୨୩ ତାରିଖରେ ପବିତ୍ର ରଥଯାତ୍ରା । ପୁରୀରେ ଏହି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାନେଇ ଦାଖଲ ହୋଇଥିବା ରିଭ୍ୟୁ ପିଟିସନକୁ ସୁପ୍ରିମକୋର୍ଟ ଆସନ୍ତାକାଲି ଶୁଣାଣି କରିବେ । ପୁରୀରେ ଭକ୍ତଶୂନ୍ୟ ରଥଯାତ୍ରା ଅନୁଷ୍ଠିତ ହେବାନେଇ ଆବେଦନ କରିବାକୁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓଡ଼ିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି ।

ଯେ କୌଣସି ପ୍ରକାରେ ମହାପ୍ରଭୁ ଙ୍କ ରଥଯାତ୍ରା କୁ ନିଶ୍ଚିତ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଅନୁରୋଧ କରି ମହାମହିମ ରାଜ୍ୟପାଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି। ବିଧାୟକ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ମହାପ୍ରଭୁଙ୍କ ରଥଯାତ୍ରା ନହେଲେ ସମସ୍ତ ନୀତିକାନ୍ତି ବଦଳି ଯିବ। ଏହା ଆମ ରାଜ୍ୟ, ତଥା ଦେଶ ପାଇଁ କ୍ଷତି କାରକ ହେବ।  ପୁରୀ ବିଧାୟକ ଭାବରେ ସେ ସମସ୍ତ ଦାୟିତ୍ଵ ରେ ରହି ସମସ୍ତ ପ୍ରକାର ସହଯୋଗ କରିବେ ବୋଲି କହିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ସୁପ୍ରିମକୋର୍ଟରେ ବଡ ଓକିଲ ଦିଅନ୍ତୁ ନହେଲେ ପୁଣିଥରେ କ୍ୟାବିନେଟ ବୈଠକ ଡାକି ଯେ କୌଣସି ପ୍ରକାରରେ ରଥଯାତ୍ରା କରିବା ପାଇଁ  ପୁରୀର ଜନସାଧାରଣ ଓ ସମସ୍ତ ଜଗନ୍ନାଥ ଭକ୍ତଙ୍କ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ମାନ୍ୟବର ରାଜ୍ୟପାଳଙ୍କୁ ଅନୁରୋଧ କରୁଛି ବୋଲି ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଚିଠିରେ ଲେଖିଛନ୍ତି।

- Advertisement -

ଏହି ପତ୍ରରେ ବିଧାୟକ ଶ୍ରୀ ଷଡ଼ଙ୍ଗୀ ଉଲ୍ଲେଖ କରିଛନ୍ତି ଯେ, ସୁପ୍ରିମକୋର୍ଟ ରଥଯାତ୍ରା ବନ୍ଦ କରିବାକୁ ନିର୍ଦ୍ଦେଶ ଦେବା ପରେ ଏହା ବିଶ୍ୱବ୍ୟାପୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର କୋଟି କୋଟି ଭକ୍ତଙ୍କ ଭକ୍ତିଭାବନାକୁ ପ୍ରଭାବିତ କରିଛି । ରଥଯାତ୍ରା ପୁରୀରେ ଅନୁଷ୍ଠିତ ହେବାନେଇ କିପରି ପୁନର୍ବିଚାର ହୋଇପାରିବ ଏଥିଲାଗି ସରକାର ପ୍ରୟାସ କରନ୍ତୁ ବୋଲି ବିଧାୟକ ଏହି ପତ୍ରରେ ଉଲ୍ଲେଖ କରିଛନ୍ତି ।
କରୋନା ମହାମାରୀକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ପୁରୀରେ ରଥଯାତ୍ରା ବନ୍ଦ କରିବାକୁ ନିର୍ଦ୍ଦେଶ ଦେବାପରେ ପୁରୀ ସମେତ ସାରା ବିଶ୍ୱରେ ଶ୍ରୀଜଗନ୍ନାଥଙ୍କ ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ରଥଯାତ୍ରା ଜୁନ୍ ୨୩ ତାରିଖରେ ଆୟୋଜନ କରିବା ନେଇ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ମଧ୍ୟ କରାଯାଇଛି । ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛତିଶା ନିଯୋଗର ନିଷ୍ପତ୍ତିକୁ ଭିତ୍ତି କରି ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଥିଲେ । ଏପରିକି ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ୟ୍ୟ ଜଗତଗୁରୁ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ରଥଯାତ୍ରା ପ୍ରସଙ୍ଗରେ ଏକ ଭିଡ଼ିଓ ରିଲିଜ୍ କରିଥିବା ନେଇ ଶ୍ରୀ ଷଡ଼ଙ୍ଗୀ ପତ୍ରରେ ଉଲ୍ଲେଖ କରିଛନ୍ତି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories