www.samajalive.in
Thursday, December 11, 2025
16.1 C
Bhubaneswar

ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି : ମୁଖ୍ୟମନ୍ତ୍ରୀ କହିଲେ ଜୟ ଜଗନ୍ନାଥ

ଭୁବନେଶ୍ବର : ଶ୍ରୀ​କ୍ଷେତ୍ର ପୁରୀରେ ଆସନ୍ତାକାଲି ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥାଯାତ୍ରା ଅନୁଷ୍ଠିତ ହେବ। ସୁପ୍ରିମକୋର୍ଟ ଏନେଇ ଅନୁମତି ପ୍ରଦାନ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସୀ ଓ ଆନନ୍ଦ ପ୍ରକାଶ କରିଛନ୍ତି। ଟ୍ବିଟ କରି ସେ ଲେଖିଛନ୍ତି ଜୟ ଜଗନ୍ନାଥ।

ଅନ୍ୟ ପକ୍ଷରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ସୁପ୍ରିମକୋର୍ଟଙ୍କ ପଦକ୍ଷେପକୁ ପ୍ରଶଂସା କରିବା ସହ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

- Advertisement -

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିନା ଭକ୍ତ ସମାଗମରେ ପୁରୀରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ରାୟକୁ ମୁଁ ହୃଦୟରୁ ସ୍ୱାଗତ କରୁଛି । ଅଗଣିତ ଜନତାଙ୍କର ବିଶ୍ୱାସ, ପରମ୍ପରା, ଭାବାବେଗକୁ ସମ୍ମାନିତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁବେଳେ ଆଗୁଆ ବୋଲି ଶ୍ରୀ ପ୍ରଧାନ ଟ୍ବିଟ କରି କହିଛନ୍ତି।

ରଥଯାତ୍ରା ପାଇଁ ଗଜପତି ମହାରାଜା ଓ ଜଗଦଗୁରୁ ଶଙ୍କରାଚାର୍ଯ୍ୟ, ରାଜ୍ୟ ସରକାର, ଛତିଶା ନିଯୋଗ, ସେବାୟତ, ଏବଂ ମହାପ୍ରଭୁଙ୍କ ଅଗଣିତ ଭକ୍ତଙ୍କ ଉଦ୍ୟମ ଓ ପ୍ରାର୍ଥନା ପାଇଁ ସେ ଧନ୍ୟବାଦ ଜଣାଇଛନ୍ତି।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories