www.samajalive.in
Sunday, December 14, 2025
19.1 C
Bhubaneswar

କରୋନା ମୁକାବିଲା: ୬୭୯୮ ଗ୍ରାମ ପଞ୍ଚାୟତରେ ୧୬,୮୨୩ ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର

ଭୁବନେଶ୍ବର: ପ୍ରତିଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇବାରେ ଲାଗିଛି। କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ବଜାୟ ରଖିବାକୁ ବାଧ୍ୟତାମୂଳକ କରାଯାଇଛି। ସହରାଞ୍ଚଳ ପରେ ଏବେ ଗ୍ରାମାଞ୍ଚଳରେ ଅନେକ ବ୍ୟକ୍ତି କରୋନା ଆକ୍ରାନ୍ତ ହେଉଥିବା ଜଣାପଡ଼ିଛି। କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ସରକାରଙ୍କ ପକ୍ଷରୁ ସଚେତନତା ଅଭିଯାନ ଜାରି ରହିଛି। ଘରକୁ ଘର ବୁଲି ଆଶାଦିଦି ଓ ଏଏନ୍‌ଏମ୍‌ କରୋନା ରୋଗୀ ଚିହ୍ନଟ କାର୍ଯ୍ୟରେ ଲାଗି ପଡ଼ିଛନ୍ତି ଏବଂ ଏହି ରୋଗ ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। କୋଭିଡ୍‌-୧୯ ମୁକାବିଲା ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରାଣ୍ଟାଇନ୍‌ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରାଯିବା ନେଇ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏଥିପାଇଁ ୬୭୯୮ ଗ୍ରାମ ପଞ୍ଚାୟତରେ ୧୬,୮୨୩ ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ କରାଯାଇଛି। ଏଥିରେ ମୋଟ ୭,୬୭,୬୭୩ ଶଯ୍ୟାର ବ୍ୟବସ୍ଥା ହୋଇଛି। ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ଭାଉଭଉଣୀମାନେ ଦୈନିକ ଓଡ଼ିଶା ଫେରୁଛନ୍ତି। ଆଜି ୧୪୦୧ ଜଣ ଓଡ଼ିଆ ଭାଉଭଉଣୀ ଓଡ଼ିଶାରେ ପହଞ୍ଚିଛନ୍ତି। ଏ ପର୍ଯ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୫,୭୩,୬୭୨ ଜଣ ଫେରିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୨୭,୮୬୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୫,୩୦୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୮୬୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୫ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧,୪୧୯ ରହିଛି। ୧୫୬୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories