www.samajalive.in
Saturday, December 13, 2025
26.1 C
Bhubaneswar

ଭାରତୀୟ ସୈନ୍ୟଙ୍କୁ ଆକ୍ରମଣ କରିବାକୁ ଚୀନ ଦେଇଥିଲା ଆଦେଶ: ଆମେରିକା ଗୁଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ: ଲଦାଖର ଗଲୱାନ ଭ୍ୟାଲିରେ ଭାରତ ଓ ଚୀନ ସୈନ୍ୟଙ୍କ ମଧ୍ୟରେ ଘଟିଥିବା ସଂଘର୍ଷ ପରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି ଆକ୍ରମଣ ପାଇଁ କିପରି ଚୀନ ଷଡ଼ଯନ୍ତ୍ର କରିଥିଲା ତାହା ଧୀରେ ଧୀରେ ପଦାକୁ ଆସୁଛି। ଭାରତୀୟ ସୈନ୍ୟଙ୍କ ଉପରେ ଆକ୍ରମଣ କରିବା ଲାଗି ଚୀନ ସରକାର ହିଁ ତାଙ୍କ ସୈନ୍ୟମାନଙ୍କୁ ଆଦେଶ ଦେଇଥିଲେ ବୋଲି ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦର୍ଶାଯାଇଛି। ଏହି ସଂଘର୍ଷ ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି ବୋଲି ରିପୋର୍ଟରେ କୁହାଯାଇଛି। ଚୀନର ଅନେକ ସୈନ୍ୟ ଏହି ସଂଘର୍ଷରେ ପ୍ରାଣ ହରାଇଥିବା ରିପୋର୍ଟରେ ସ୍ପଷ୍ଟ କରାଯାଇଛି।

ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦର୍ଶାଯାଇଛି ଯେ, ଉଲ୍ଲେଖନୀୟ ଭାବେ ଚୀନ କମ୍ୟୁନିଷ୍ଟ ପାର୍ଟିର ମୁଖପତ୍ର ଗ୍ଲୋବାଲ ଟାଇମ୍ସ ଗତ ସୋମବାର ଭାରତୀୟ ସୈନ୍ୟଙ୍କ ସହିତ ସଂଘର୍ଷରେ ଚୀନର ୨୦ରୁ କମ୍‌ ସୈନ୍ୟ ପ୍ରାଣ ହରାଇଥିବା ଦର୍ଶାଇଥିଲା। ଚୀନ ବିଶେଷଜ୍ଞମାନଙ୍କ ମତକୁ ଆଧାର କରି ଗ୍ଲୋବାଲ ଟାଇମ୍ସ ଉଲ୍ଲେଖ କରିଥିଲା ଯେ ଚୀନ ସୈନ୍ୟଙ୍କ ମୃତ୍ୟୁ ସଂଖ୍ୟା ପ୍ରକାଶ ନ କରିବା ପଛର କାରଣ ହେଉଛି ବେଜିଂ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଏଡ଼ାଇବାକୁ ଚାହୁଁଛି। ତେବେ ଭାରତ ସରକାର ପୁଣି ଥରେ ଯେପରି ଚାପରେ ରହିବେ ସେଥିଲାଗି ଚୀନ ତା’ର ୨୦ରୁ କମ୍‌ ସୈନ୍ୟ ପ୍ରାଣ ହରାଇଛନ୍ତି ବୋଲି କହୁଥିବା ଗୁଇନ୍ଦା ରିପୋର୍ଟରେ ଦର୍ଶାଯାଇଛି।

- Advertisement -

ସୂଚନାଯୋଗ୍ୟ, ଗତ ୧୫ ତାରିଖ ରାତିରେ ଲଦାଖର ଗଲୱାନ ଘାଟିରେ ଭାରତ ଓ ଚୀନ ସୈନ୍ୟଙ୍କ ମଧ୍ୟରେ ଘଟିଥିବା ସଂଘର୍ଷରେ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଚୀନର ୩୫ରୁ ଅଧିକ ସୈନ୍ୟ ନିହତ ହୋଇଥିବା ପିଟିଆଇ ସୂତ୍ରରୁ କୁହାଯାଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories