www.samajalive.in
Sunday, December 7, 2025
13.1 C
Bhubaneswar

ଉପକୂଳ ଜିଲ୍ଲାରେ ବିଦ୍ୟୁତ ସରବରାହ ବ୍ୟବସ୍ଥା ହେବ ପ୍ରାକୃତିକ ବିପର୍ଯ୍ୟୟ ନିରୋଧକ, ୧୯,୦୦୦ କୋଟି ଟଙ୍କାର ଯୋଜନା ପ୍ରସ୍ତୁତ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ଉପକୂଳ ଜିଲ୍ଲାଗୁଡ଼ିକରେ ବିଦ୍ୟୁତ ସରବରାହ ବ୍ୟବସ୍ଥାକୁ ପ୍ରାକୃତିକ ବିପର୍ଯ୍ୟୟ ନିରୋଧକ କରିବା ନିମନ୍ତେ କାର୍ଯ୍ୟ ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୨ଟି ପର୍ଯ୍ୟାୟରେ ଏହି କାର୍ଯ୍ୟ ନିମନ୍ତେ ପ୍ରାୟ ୧୯,୦୦୦ କୋଟି ଟଙ୍କାର ଯୋଜନା ପ୍ରସ୍ତୁତ ହୋଇଛି। ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭାଗ ଓ ବିତରକ କମ୍ପାନୀମାନଙ୍କୁ ଜରୁରୀକାଳୀନ ଭିତ୍ତିରେ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା ଓ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ବୈଠକରେ ଅଂଶଗ୍ରହଣ କରିଥିଲେ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories