www.samajalive.in
Tuesday, December 9, 2025
26.1 C
Bhubaneswar

ରାଜ୍ୟରେ ଆଉ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ : ସଂକ୍ରମିତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଶନିବାର ଆଉ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍ କେନ୍ଦ୍ରରୁ ୧୪୩ ଜଣ ଚିହ୍ନଟ ହୋଇଥିବାବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିସହିତ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି ପାଇଛି। ଆଜି ୧୪ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି। ଏମାନଙ୍କ ଭିତରେ ଜଣେ ଅମ୍ପନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା ଏନଡିଆରଏଫ୍ କର୍ମଚାରୀ ଅଛନ୍ତି।

ଏବେ ରାଜ୍ୟରେ ମୋଟ୍ ୪୪୩୨ଜଣ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୦୩ ରହିଛି। ଅପରପକ୍ଷରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

 

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories