www.samajalive.in
Tuesday, December 9, 2025
26.1 C
Bhubaneswar

ତିନି ଦିନ ମେଘୁଆ ପାଗ

ଭୁବନେଶ୍ବର: ମୌସୁମି ବାୟୁ ସମଗ୍ର ଦେଶରେ ପହଞ୍ଚି ସାରିଥିବା ବେଳେ ଓଡ଼ିଶାରେ ସାମାନ୍ୟ ଦୁର୍ବଳ ରହିଥିଲା। ତେବେ ଏହା କିଛିଟା ସକ୍ରିୟ ହେବାରୁ ବର୍ଷା ଆରମ୍ଭ ହୋଇଛି। ଦୁଇଦିନ ପର୍ଯ୍ୟନ୍ତ ଆକାଶ ମେଘୁଆ ରହିବା ସହ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବର୍ଷା ଯୋଗୁଁ ଅସହ୍ୟ ଗୁଳୁଗୁଳିରୁ ମୁକ୍ତି ମିଳିଛି। ଆସନ୍ତା ତିନିଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ। ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ସୁନ୍ଦରଗଡ଼, ମୟୂରଭଞ୍ଜ, ଦେବଗଡ଼, କେନ୍ଦୁଝର, ଅନୁଗୋଳ, ଢ଼େଙ୍କାନାଳ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡ଼ା ଓ ବରଗଡ଼ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ୨ ତାରିଖ ବେଳକୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ଗଜପତି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତିନିଦିନ ଯାଏ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଆକାଶ ମେଘୁଆ ରହିବା ସହିତ ମଝିରେ ମଝିରେ ବର୍ଷା ହେବ। ବଜ୍ରପାତର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ରେ ୫୦ ମିମି ବର୍ଷା ହୋଇଥିବା ବେଳେ ବାରିପଦାରେ ୩୪.୨ ମିମି, ବଲାଙ୍ଗୀରରେ ୨୭ ମିମି, ବୌଦ୍ଧରେ ୨୧ ମିମି, ଭୁବନେଶ୍ବର ଓ କଟକରେ ୧୮ ମିମି, ସମ୍ବଲପୁରରେ ୧୩ ମିମି, ଫୁଲବାଣୀରେ ୧୧.୪ ମିମି, ବାଲେଶ୍ବରରେ ୧୧ ମିମି ବର୍ଷା ରେକର୍ଡ କରାଯାଇଛି।

Hot this week

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

Related Articles

Popular Categories