www.samajalive.in
Thursday, December 11, 2025
16.1 C
Bhubaneswar

୪ଦିନ ଲାଗିରହିବ ବର୍ଷା

ଭୁବନେଶ୍ବର : ଏବେ ଲଘୁଚାପ କିମ୍ବା ଘୂର୍ଣ୍ଣିବଳୟ ନାହିଁ। ତେବେ ଉତ୍ତରପୂର୍ବ ବିହାରରୁ ଉତ୍ତର ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ ଥିବାରୁ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ମୌସୁମି ସକ୍ରିୟ ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ପାରାଦ୍ବୀପରେ ସର୍ବାଧିକ ୫୩ ମିମି ବର୍ଷା ହୋଇଛି। ସେହିପରି ଭବାନିପାଟଣାରେ ୪୧, ହୀରାକୁଦରେ ୩୮, ବାରିପଦାରେ ୨୯, କଟକରେ ୨୫, ଭୁବନେଶ୍ବରରେ ୧୯, ଅନୂଗୋଳରେ ୨୧, ଝାରସୁଗୁଡ଼ା​‌ରେ ୨୨, ସୁନ୍ଦରଗଡ଼ରେ ୨୪, ତାଳଚେରରେ ୩୨, ଟିଟିଲାଗଡ଼ରେ ୧୪, ନୟାଗଡ଼ରେ ୨୬, ରାୟଗଡ଼ାରେ ୨୧ ମିମି ବର୍ଷା ହୋଇଛି।

ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୪ଦିନ ରାଜ୍ୟରେ ବର୍ଷା ଲାଗିରହିବ। ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝରରେ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

- Advertisement -

ଜୁଲାଇ ପହିଲାରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ତି, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଝାରସୁଗୁଡ଼ାରେ ଘଡ଼ଘଡ଼ି ସହିତ ବର୍ଷା ହେବ। ୨ ତାରିଖରେ ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ଏହି ସମୟରେ ଘଡ଼ଘଡ଼ି ସହିତ ବର୍ଷା ହେବ।

୩ ତାରିଖରେ ‌ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

Hot this week

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories