www.samajalive.in
Monday, December 8, 2025
16.1 C
Bhubaneswar

ବ୍ୟାୟାମ କରିବା ପୂର୍ବରୁ ଏହି ଦିଗ ପ୍ରତି ନିଶ୍ଚୟ ଧ୍ୟାନ ଦିଅନ୍ତୁ

ସକାଳ ହେଉ ଅଥବା ସନ୍ଧ୍ୟା ସମୟରେ ବ୍ୟାୟାମ କରିବା ପୂର୍ବରୁ କେଉଁ ଖାଦ୍ୟ ଖାଇବା ଉଚିତ ତାହା ଜାଣିବା ନିତ୍ୟାନ୍ତ ଆବଶ୍ୟକ। କାରଣ ବ୍ୟାୟାମ କରିବା ପୂର୍ବରୁ ସଠିକ ଖାଦ୍ୟ ଖାଇବା ନିହାତି ଜରୁରୀ। ସଠିକ ପୋଷକ ତତ୍ତ୍ୱଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ବ୍ୟାୟାମ କରିବା ପାଇଁ ଶରୀରକୁ ଶକ୍ତି ମିଳିଥାଏ। ସୁସ୍ଥ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ନିୟମିତ ବ୍ୟାୟାମ କରିବା ଉଚିତ। ଜାଣନ୍ତୁ କିଛି ଖାଦ୍ୟ ବିଷୟରେ ଯାହା ବ୍ୟାୟାମ କରିବା ପୂର୍ବରୁ ଖାଇବା ଉଚିତ……..
ଖୀର –
ଖୀରକୁ ପ୍ରୋଟିନର ଉତ୍ତମ ସ୍ରୋତ ବୋଲି କୁହାଯାଏ। ଏହା ଶରୀରକୁ ଅଧିକ ସମୟ ପାଇଁ ଶକ୍ତି ଯୋଗାଇ ଥାଏ। ହୃଦୟକୁ ସୁସ୍ଥ ରଖିବା ସହ ହାଡ଼କୁ ମଧ୍ୟ ମଜଭୂତ କରିଥାଏ। ତେଣୁ ବ୍ୟାୟାମ କରିବା ପୂର୍ବରୁ ଖୀର ପିଇବା ଉଚିତ।
ଅଣ୍ଡା –
ଆପଣ ବ୍ୟାୟାମ କରିବା ପୂର୍ବରୁ ଗୋଟେ ସିଝା ଅଣ୍ଡା ମଧ୍ୟ ଖାଇ ପାରିବେ। ଏହାଦ୍ୱାରା ବ୍ୟାୟାମ କରିବା ପାଇଁ ଶରୀରକୁ ଆବଶ୍ୟକ ପରିମାଣରେ ଶକ୍ତି ମିଳିଥାଏ। ବ୍ୟାୟାମ କରିବା ପରେ ମଧ୍ୟ ହାଲିଆ ଅନୁଭବ ହୋଇନଥାଏ।

କଦଳୀ –
କଦଳୀରେ ବହୁ ପରିମାଣରେ ପୋଟାସିୟମ ରହିଛି। ଯାହା ଆପଣଙ୍କ ମାଂସପେଶୀକୁ ସୁସ୍ଥ ରଖିବା ପାଇଁ ଜରୁରୀ। ବ୍ୟାୟାମ କରିବା ପୂର୍ବରୁ କଦଳୀ ଖାଇବା ଦ୍ୱାରା ଏହା ଆପଣଙ୍କ ଶରୀରକୁ ଆବଶ୍ୟକ ମାତ୍ରାରେ କାବ୍ରୋହାଇଡ଼୍ରେଡ଼ ଯୋଗାଇଥାଏ। ତେଣୁ କଦଳୀ ଖାଇବା ଲାଭଦାୟକ।
ଆମ୍ବ –
ଆମ୍ବରେ ଭିଟାମିନ, ମିନେରାଲ୍ସ , ଆଣ୍ଟିଅକ୍ସିଡ଼ାଣ୍ଟ ରହିଛି। ତେଣୁ ଅଧିକ ନୁହେଁ ମାତ୍ର ସଠିକ ମାତ୍ରାରେ ଆମ୍ବ ଖାଇବା ଦ୍ୱାରା ମଧ୍ୟ ଶରୀରକୁ ଆବଶ୍ୟକ ପରିମାଣରେ ବ୍ୟାୟାମ କରିବା ପାଇଁ ଶକ୍ତି ମିଳିଥାଏ।
ବ୍ଲୁବେରିଜ –
ଏହାକୁ ଖାଇବା ଦ୍ୱାରା ମାଂପେଶୀକୁ ଏହା ସଠିକ ରଖେ। ଶରୀରକୁ ଆବଶ୍ୟକ ପରିମାଣରେ ପ୍ରୋଟିନ ଯୋଗାଏ। ତେଣୁ ବ୍ୟାୟାମ କରିବା ପୂର୍ବରୁ ବ୍ଲୁବେରିଜ ଖାଇବା ଲାଭଦାୟକ ଅଟେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories