www.samajalive.in
Sunday, December 7, 2025
18.1 C
Bhubaneswar

ଟିପିଏସଏଲ କାରଖାନାର ବ୍ଲାଷ୍ଟ ଫର୍ଣ୍ଣେସରେ ବିସ୍ଫୋରଣ; ୭ ଶ୍ରମିକ ଗୁରୁତର

ବ୍ରଜରାଜନଗର: ଝାରସୁଗୁଡ଼ା ଜିଲା ଲହଣ୍ଡାବୁଡ଼ ସ୍ଥିତ ଟିପିଏସଏଲ କାରଖାନାର ବ୍ଲାଷ୍ଟ ଫର୍ଣ୍ଣେସରେ ଆଜି ବିସ୍ଫୋରଣ ଘଟି ୭ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଆଜି ସକାଳ ୯.୩୦ ମିନିଟରେ କାରଖାନାର ଦ୍ୱିତୀୟ ମହଲାରେ ଥିବା ବ୍ଲାଷ୍ଟ ଫର୍ଣ୍ଣେସରେ ନିଆ ଲାଗି ଯିବାରୁ ବିସ୍ଫୋରଣ ଘଟିଥିଲା। ଏହାର ପ୍ରଭାବରେ ସେଠାରେ କାମ କରୁଥିବା ୭ ଜଣ ଶ୍ରମିକଙ୍କ ଉପରେ ଉତ୍ତତ୍ପ ତରଳ ଲୁହା ପଡିବାରୁ ସେମାନେ ଆହତ ହୋଇଥିଲେ। ତେବେ ତାଙ୍କ ମଧ୍ୟରୁ ୨ ଜଣ ଅଧିକ ଗୁରୁତର ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ପ୍ରଥମେ ଝାରସୁଗୁଡା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ହେଲେ ସେଠାରେ ବର୍ଣ୍ଣ ୟୁନିଟ ନ ଥିବାରୁ ସମସ୍ତଙ୍କୁ ରାଉରକେଲା ଆଇଜିଏଚ ହସ୍ପିଟାଲ ସ୍ଥାନନ୍ତରଣ କରାଯାଇଥିବା ଝାରସୁଗୁଡା ସିଡିଏମଓ ଜଗଦୀଶ ଚନ୍ଦ୍ର ବାରିକ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି। ଅପରପକ୍ଷେ ଟିଏସପିଏଲ କାରଖାନାର ବ୍ଲାଷ୍ଟ ଫର୍ଣ୍ଣେସରେ ବିସ୍ଫୋରଣର କାରଣ ଏ ଯାଏ ଅସ୍ପଷ୍ଟ ରହିଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories