www.samajalive.in
Friday, December 12, 2025
19.1 C
Bhubaneswar

ମାନବ ଉପରେ ପ୍ରୟୋଗ ହେବ କୋଭିଡ୍‌-୧୯ ଟିକା : ସମ୍ ହସ୍‌ପିଟାଲ୍‌କୁ ମିଳିଲା ଅନୁମତି

ଭୁବନେଶ୍ବର : ମଣିଷ ଉପରେ କୋଭିଡ଼-୧୯ ଟିକା ପ୍ରୟୋଗ ନିମନ୍ତେ ଓଡ଼ିଶାର ଏକମାତ୍ର ପରୀକ୍ଷଣ କେନ୍ଦ୍ର ଭାବେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍‌ ହସପିଟାଲ୍‌କୁ ଇଣ୍ଡିଆନ କାଉନସିଲ ଫର ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ମନୋନୀତ କରିଛି। ସମ୍ ସମେତ ଦେଶର ୧୩ଟି ପରୀକ୍ଷଣ କେନ୍ଦ୍ରକୁ ଏଥିପାଇଁ ମନୋନୀତ କରାଯାଇଛି। ସେହିପରି ଓଡ଼ିଶାରେ କୋଭିଡ୍‌-୧୯ରୋଗୀଙ୍କ ଚିକିତ୍ସା ନିମନ୍ତେ ପ୍ଲାଜ୍‌ମାଥେରାପିର ପ୍ରୟୋଗ ନିମନ୍ତେ ମନୋନୀତ ହୋଇଥିବା ଚାରୋଟି ହସପିଟାଲ୍‌ ମଧ୍ୟରୁ ସମ୍‌ ହସପିଟାଲ୍‌ ସ୍ଥାନ ପାଇଛି। ମାନବ ଶରୀରରେ ଟିକାର ପ୍ରୟୋଗ ନେଇ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଆଇସିଏମ୍‌ଆର କହିଛି। ହସପିଟାଲ୍‌ର କମ୍ୟୁନିଟି ମେଡିସିନ ବିଭାଗର ପ୍ରଫେସର ଇ. ଭେଙ୍କଟ ରାଓ ଏହାର ପ୍ରମୁଖ ପରୀକ୍ଷକ ଭାବେ ଦାୟିତ୍ୱ ତୁଲାଇବେ।
ସମ୍ ହସ୍ପିଟାଲ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ପୁଣେ ସ୍ଥିତ ଆଇସିଏମଆର – ନ୍ୟାସନାଲ ଇନଷ୍ଟିଚ୍ୟୁଟ୍‌ ଅଫ ଭିରୋଲଜି ଦ୍ୱାରା ପୃଥକ କରାଯାଇଥିବା ଏହି ଭାଇରସର ଷ୍ଟ୍ରେନକୁ ନେଇ ଏହି ଚର୍ଚ୍ଚିତ ଭ୍ୟାକସିନ ପ୍ରସ୍ତୁତ କରଯାଉଛି। ଆଇସିଏମଆର ଓ ଭାରତ ବାୟୋଟେକ ମିଳିତ ଭାବରେ ଏହି ଭ୍ୟାକସିନକୁ ପ୍ରସ୍ତୁତ କରୁଛନ୍ତି। ଡ୍ରଗ କ​‌େ​‌ଣ୍ଟ୍ରାଲର୍ ଜେନେରାଲ ଅଫ ଇଣ୍ଡିଆଙ୍କ ପକ୍ଷରୁ ଫେଜ-୧ ଏବଂ ଫେଜ-୨ରେ ମଣିଷ ଉପରେ ଏହାର ପ୍ରୟୋଗ ନିମନ୍ତେ ଅନୁମତି ମିଳିସାରିଛି। ୧୬୦୦ ଶଯ୍ୟା ବିଶିଷ୍ଟ ଏବଂ ୪୦ଟି ବିଭାଗ ଥିବା ସମ ହସପିଟାଲରେ ଇନଷ୍ଟିଚ୍ୟୁସନାଲ ଏଥିକାଲ କମିଟିର ଅନୁମୋଦନ ଲାଭ କରିବା ପରେ ଏହି ପରୀକ୍ଷଣ କରାଯିବ ବୋଲି କୁହାଯାଇଛି। ସେହିପରି ପ୍ଲାଜମାଥେରାପି ମାଧ୍ୟମରେ କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କ ରକ୍ତରୁ ଆଣ୍ଟିବଡି ସଂଗ୍ରହ କରାଯାଇ କୋଭିଡ-୧୯ ସଂକ୍ରମିତ ରୋଗୀଙ୍କ ଚିକିତ୍ସା କରାଯିବ। ହସପିଟାଲ୍‌ର ମେଡିସିନ ବିଭାଗର ପ୍ରଫେସର ଡ. ଚନ୍ଦନ ଦାସ ଏହି ପ୍ଲାଜମାଥେରାପିର ଦାୟିତ୍ୱ ତୁଲାଇବେ। ସମ୍‌ ହସପିଟାଲ୍‌ ପକ୍ଷରୁ କରୋନା ସଂକ୍ରମିତଙ୍କ ଚିକିତ୍ସା ନିମନ୍ତେ ଭୁବନେଶ୍ୱର, କେନ୍ଦ୍ରାପଡା ଏବଂ ତାଳଚେରରେ ତିନୋଟି କୋଭିଡ-୧୯ ହସପିଟାଲ ସ୍ଥାପିତ କରାଯାଇ ରୋଗୀଙ୍କ ଚିକିତ୍ସା ଜାରି ରହିଛି। ଆଇଇସିର ଅନୁମୋଦନ ପାଇବାପରେ ପ୍ଲାଜମାଥେରାପି ପ୍ରକ୍ରିୟା ଆରମ୍ଭ କରାଯିବ। ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶାରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ଲାଜମା ଥେରାପି ଆରମ୍ଭ କରାଯିବା ନେଇ ଆଜି ନିଷ୍ପତ୍ତି ହୋଇଛି। ଏହି ବୈଠକରେ ସୋଆ କୁଳପତି ପ୍ରଫେସର (ଡା.) ଅଶୋକ କୁମାର ମହାପାତ୍ର ଉପସ୍ଥିତ ଥିଲେ।

Hot this week

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

Related Articles

Popular Categories