www.samajalive.in
Wednesday, December 10, 2025
26.1 C
Bhubaneswar

ରାଉରକେଲା ଆଇଜିଏଚରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଉରକେଲା : ରାଉରକେଲା ଆଇଜିଏଚରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବୁଧବାର ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରିବା ପରେ ଏହି ୬୪ ବର୍ଷୀୟ ବ୍ୟକ୍ତି ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ରିପୋର୍ଟରେ ସେ କରୋନା ପଜିଟିଭ୍ ଥିବା ଜଣାପଡିଥିଲା। ଏହାପରେ ତାଙ୍କୁ ଆଇଜିଏଚର କରୋନା ୱାର୍ଡରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏନେଇ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

ମୃତ ବ୍ୟକ୍ତି ଜଣଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ମଧ୍ୟ କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ତାହା ହସ୍ପିଟାଲ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ। କିନ୍ତୁ ବ୍ୟକ୍ତି ଜଣଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା କାରଣରୁ ତାଙ୍କର ମୃତ ଦେହକୁ କୋଭିଡ୍ ନିୟମ ଅନୁସା​‌ରେ ସଂସ୍କାର କରାଯିବ ବୋଲି ରାଉରକେଲା ମହାନଗର ନିଗମ କମିଶନର ସୂଚନା ଦେଇଛନ୍ତି। ମୃତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ସ୍ୱାବ ପରୀକ୍ଷଣ ପାଇଁ ପଠାଯିବ ବୋଲି ସୂଚନା ମିଳିଛି। ଏଥି ସହିତ ମୃତ ବ୍ୟକ୍ତିଙ୍କ ଚିକିତ୍ସା କରୁଥିବା ୩ ଡାକ୍ତରଙ୍କ ସମେତ ୧୧ ଜଣ କର୍ମଚାରୀଙ୍କ ଆଇଜିଏଚ କତ୍ତୃପକ୍ଷଙ୍କ ପକ୍ଷରୁ କ୍ବାରେଣ୍ଟାଇନ ନିର୍ଦେଶ ଦିଆଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories