www.samajalive.in
Sunday, December 7, 2025
18.1 C
Bhubaneswar

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଓଡ଼ିଶାର ୭୫% ଲୋକ ଉପକୃତ ହେବେ : ଧର୍ମେନ୍ଦ୍ର

ପୁରୀ,୪ା୭(ନି.ପ୍ର): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଓଡ଼ିଶାର ୭୫% ଲୋକ ଉପକୃତ ହେବେ। ସେମାନଙ୍କୁ ୮ମାସ ପାଇଁ ବ୍ୟକ୍ତିପିଛା ମାସିକ ୫କି.ଗ୍ରା ଚାଉଳ ଏବଂ ପ୍ରତ୍ୟେକ ପରିବାରକୁ ଡାଲି ଯୋଗାଇ ଦିଆଯିବ। ଏହି ଯୋଜନାର ସଫଳତା ଲୋକଙ୍କ ପାଖରେ ପହଞ୍ଚୁଛି କି ନାହିଁ ତଦାରଖ କରିବାକୁ ଦଳୀୟ କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପିପିଲି ନିର୍ବାଚନ ମଣ୍ଡଳୀ ପାଇଁ ଆୟୋଜିତ ବିଧାନସଭା ସ୍ତରୀୟ ଭର୍ଚୁଆଲ ଜନସମ୍ବାଦ ରାଲିରେ ଯୋଗଦେଇ ସେ କହିଲେ ଦେଶର ୮୦କୋଟି ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରାଯାଉଛି। କୃଷି କ୍ଷେତ୍ରରେ ସୁଧାର ଆଣିବା ପାଇଁ ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଫଳ ଓ ପନିପରିବା ବିକ୍ରିକରି ଚାଷୀମାନେ ଉପଯୁକ୍ତ ମୂଲ୍ୟ ପାଇପାରିବେ। ୨୦୨୨ ସୁଦ୍ଧା ସବୁ ଗରିବ ପରିବାରକୁ ପକ୍କାଘର ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲକ୍ଷ୍ୟ ରଖିଥିବା ସେ ପ୍ରକାଶ କରିଛନ୍ତି। କରୋନାର କଠିନ ପରିସ୍ଥିତି ସମୟରେ ଗରିବ, କୃଷକ, ମହିଳା, ଶ୍ରମିକ, ଜନଜାତି ଏବଂ ଆର୍ଥିକ ସମ୍ବଳରେ ପଛୁଆଥିବା ଲୋକଙ୍କୁ ​‌େକନ୍ଦ୍ର ସରକାର ଗରିବ କଲ୍ୟାଣ ଯୋଜନା ମାଧ୍ୟମରେ ସହାୟତା ଯୋଗାଇ ଦେଉଛନ୍ତି। କୋଣାର୍କ ସୂର୍ଯ୍ୟମନ୍ଦିର ସମେତ କୋଣାର୍କ ସହରକୁ ସମ୍ପୂର୍ଣ୍ଣ ଭାବେ ସୌରଚାଳିତ କରିବା ପାଇଁ ଭାରତ ସରକାର ଘୋଷଣା କରିଛନ୍ତି। ସେଠାରେ ୧୦ ମେଗାୱାଟ କ୍ଷମତା ବିଶିଷ୍ଟ ସୌରଶକ୍ତି ପ୍ରକଳ୍ପ ପ୍ରତିଷ୍ଠା କରାଯିବ। ଏଥିପାଇଁ କେନ୍ଦ୍ର ସରକାର ୨୫କୋଟି ଟଙ୍କା ପ୍ରଦାନ କରିବେ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।
ଦଳୀୟ କର୍ମୀଙ୍କୁ ଉଦ୍‌ବୋଧନ ଦେଇ ସେ କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭଳି ଜଣେ ଦୂରଦୃଷ୍ଟି ସମ୍ପନ୍ନ ନେତାଙ୍କ ଯୋଗୁଁ ଆଜି ଏହା ସମ୍ଭବପର ହୋଇପାରିଛି। ପୂର୍ବ ଭାରତକୁ ଦେଶର ପ୍ରୟୋଗଶାଳା କରିବା ସହ ଓଡ଼ିଶାକୁ ପୂର୍ବ ଭାରତର ମୁଖଶାଳାରେ ପରିଣତ କରାଯିବ।
ଜିଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକ ସେଥିରେ ଅଧ୍ୟକ୍ଷତା କରିଥିଲେ। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡାକ୍ତର ସମ୍ବିତ କୁମାର ପାତ୍ର, ରାଜ୍ୟ ବିଜେପି ଉପସଭାପତି ପ୍ରଭାତୀ ପରିଡା, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ବରିଷ୍ଠ ବିଜେପି ନେତା କୃଷ୍ଣ ଜଗଦ୍ଦେବ, ବିଜେପି ରାଜ୍ୟ ମୁଖପାତ୍ର ବିରଞ୍ଚି ତ୍ରିପାଠୀ, ପୂର୍ବତନ ବିଧାୟକ ରବି ମଲିକ, ଓମ୍‌ ପ୍ରକାଶ ମିଶ୍ର, କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ସୁରଥ ବିଶ୍ବାଳ, ପୂର୍ବତନ ଜିଲା ସଭାପତି ପ୍ରଭଞ୍ଜନ ମହାପାତ୍ର, ବରିଷ୍ଠ ନେତା କୃତିବାସ ମହାପାତ୍ର, କୃଷକ ମୋର୍ଚ୍ଚା ପୂର୍ବତନ ଜିଲା ସଭାପତି ଅଜୟ ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଜନ୍ମେଜୟ ଜେନା ଏବଂ ମଣ୍ଡଳ ସଭାପତି ପର୍ଶୁ ମହାପାତ୍ର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories