www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟରେ ୯ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଆଉ ୪୬୯ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ଆଉ ୪୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ସହ ରାଜ୍ୟରେ ୯ ହଜାର ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ ଆଜି ରାଜ୍ୟରୁ ଆଉ ୪୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୩୧୭ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୧୫୨ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ରବିବାର ଚିହ୍ନଟ ୪୬୯ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ୭୦ରେ ପହଞ୍ଚିଛି।


ରବିବାର  ଚିହ୍ନଟ ହୋଇଥିବା ୪୬୯ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୧୧୬ ଜଣ ରହିଥିବା ବେଳେ ଅନୁଗୁଳରୁ ୧୧, ବାଲେଶ୍ୱରରୁ ୮, ବଲାଙ୍ଗୀରରୁ ୩, ଭଦ୍ରକ ଜିଲ୍ଲାରୁରୁ ୧୬, କଟକରୁ ୯୪ , ଗଜପତିରୁ ୧୨ଜଣ, ଯାଜପୁରରୁ ୨୫, କଳାହାଣ୍ଡିରୁ ୨, କନ୍ଧମାଳରୁ ଜଣେ , କେନ୍ଦ୍ରାପଡା ଜିଲ୍ଲାରେ ରୁ ୫, କେନ୍ଦୁଝରରୁ ୨୫, ଖୋର୍ଦ୍ଧାରୁ ୨୭, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୬, ନବରଙ୍ଗପୁରରୁ ୨, ନୟାଗଡରୁ ୨୪, ପୁରୀରୁ ୮, ସମ୍ବଲପୁରରୁ ୧୩, ସୁନ୍ଦରଗଡ ରୁ ୬୬ ଜଣ ରହିଥିବା ବେଳେ ବାତ୍ୟ ଆମ୍ଫାନ ପାଇଁ ପଶ୍ଚିମବଙ୍ଗ ଯାଇଥିବା ଏନଡିଆରଏଫ ଯବାନଙ୍କ ମଧ୍ୟରୁ ୪ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୯୨ ହଜାର ୪୦୭ ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିମଧ୍ୟରୁ ୯ ହଜାର ୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫ ହଜାର ୯୩୪ ଜଣ ସୁସ୍ଥ ହୋଇଥିବା ବେଳେ ୩୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୧୦ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି।  ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ ହଜାର ୯୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories