www.samajalive.in
Saturday, December 13, 2025
26.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୨୩ ମାମଲା, ୫୮ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୩ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୧୮ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ଏବଂ ୩ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୫୮ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨, ୯୨,୪୦୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୯୦୭୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୬,୨୨୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୨୯୦। ୩୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୮୦୦ ରହିଛି। ୩୦୯୦ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories