www.samajalive.in
Monday, December 8, 2025
27.1 C
Bhubaneswar

ଦୁଇଦିନ ପର୍ଯ୍ୟନ୍ତ ଲଘୁଚାପ ବର୍ଷା

ଭୁବନେଶ୍ବର : ପଶ୍ଚିମ କେନ୍ଦ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଏବେ ବର୍ଷା ଆରମ୍ଭ ହୋଇଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସୋମବାର  ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।  ସେହିପରି ବରଗଡ଼, ବୌଦ୍ଧ, ନବରଙ୍ଗପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବା ସହ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ଅଛି। ଏହାକୁ ଦୃଷ୍ଟିରେ ରଖି ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ୮ ତାରିଖ ଯାଏ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। ୧୦ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ। ଗତ ୨୪ ଘଣ୍ଟା ଭିତରେ ଟିଟିଲାଗଡ଼ରେ ସର୍ବାଧିକ ୮୯ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ବୌଦ୍ଧରେ ୮୪.୪ ମିମି, ମାଲକାନଗିରି ଜିଲାରେ ୭୭ ମିମି, ପାରାଦ୍ବୀପରେ ୭୫ ମିମି, ଦାରିଙ୍ଗିବାଡ଼ିରେ ୬୦ ମିମି, ଭୁବନେଶ୍ବରରେ ୪୩ ମିମି, କଟକରେ ୨୮ ମିମି, ପାରଳାଖେମୁଣ୍ଡିରେ ୨୭ ମିମି, ଗୋପାଳପୁରରେ ୨୭.୨ ମିମି, ସମ୍ବଲପୁରରେ ୨୩ ମିମି ବର୍ଷା ହୋଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories