www.samajalive.in
Sunday, December 7, 2025
14.1 C
Bhubaneswar

ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କୁ କରୋନା​

ନୀଳଗିରି: ରାଜ୍ୟରେ ପ୍ରଥମ ଥର ଲାଗି ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ନୀଳଗିରି ବିଧାୟକ ସୁକାନ୍ତ ନାୟକ କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ବିଧାୟକଙ୍କ କରୋନା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ଏ ସମ୍ପର୍କରେ ବିଧାୟକଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ନୀଳଗିରିରେ ଆତଙ୍କ ଖେଳିଯାଇଛି। ବିଧାୟକଙ୍କ ସହ ବିଭିନ୍ନ ଲୋକ ସଂସ୍ପର୍ଶରେ ଆସୁଛନ୍ତି। ପ୍ରତ୍ୟେକ ଦିନ ସେ ଗାଁଠୁ ସହର ପର୍ଯ୍ୟନ୍ତ ଲୋକଙ୍କୁ ସଚେତନ କରାଇବା ସହ ମାସ୍କ ପିନ୍ଧାଇ ଦେଉଛନ୍ତି। ବିଭିନ୍ନ ସରକାରୀ ଓ ବେସରକାରୀ ବୈଠକରେ ମଧ୍ୟ ସେ ଯୋଗଦେଇଛନ୍ତି। ଯଦି ତାଙ୍କ ସଂସ୍ପର୍ଶରେ କେହି ଲୋକ ଆସିଥିବେ ତେବେ ବିଧାୟକ ସୁକାନ୍ତ ନାୟକ ସୁପର ସ୍ପେଡର ହୋଇଯିବେ ବୋଲି ଚର୍ଚ୍ଚା ହେଉଛି। ଅନ୍ୟପକ୍ଷରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତାଙ୍କୁ କୋଭିଡ଼-୧୯ ମେଡିକାଲକୁ ସ୍ଥାନାନ୍ତର ପାଇଁ ଉଦ୍ୟମ ଆରମ୍ଭ ହୋଇଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories