www.samajalive.in
Wednesday, December 10, 2025
26.1 C
Bhubaneswar

ଲଘୁଚାପ ସକ୍ରିୟ : କିଛି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ଥିବା ବେଳେ ବିଭିନ୍ନ ଜିଲାରେ ବର୍ଷା ହେଉଛି। ଆସନ୍ତା କାଲି ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୯ ଓ ୧୦ ତାରିଖରେ ଅଧିକାଂଶ ଜିଲାରେ ଅଧିକ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆସନ୍ତା କାଲି ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ବର୍ଷା ହୋଇପାରେ। ଗୋଟିଏ ଦିନ ପରେ କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା କାରଣରୁ ସମୁଦ୍ର ଅଶାନ୍ତ ରହିବ। ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଭବାନୀପାଟଣାରେ ସର୍ବାଧିକ ୬୭ ମିମି ବର୍ଷା ହୋଇଥିବା ବେଳେ ବାରିପଦାରେ ୪୯ ମିମି, ବଲାଙ୍ଗୀରରେ ୪୪ ମିମି, କୋରାପୁଟରେ ୧୭ ମିମି, ନୟାଗଡ଼ରେ ୨୧ ମିମି, ପାରଳାଖେମୁଣ୍ଡିରେ ୨୨ ମିମି, ଗୋପାଳପୁରରେ ୨୬ ମିମି, ସମ୍ବଲପୁରରେ ୧୯ ମିମି ବର୍ଷା ରେକର୍ଡ କରାଯାଇଛି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories