www.samajalive.in
Sunday, December 7, 2025
18.1 C
Bhubaneswar

ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରଜରାଜନଗର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନଙ୍କ ଘର ସମେତ ୩ଟି ସ୍ଥାନରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି । ରାଉରକେଲା ଭିଜିଲାନ୍ସ ଡିଏସ୍‌ପି ବିରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ଭିଜିଲାନ୍ସର ୧୦ ଜଣିଆ ଟିମ୍‌ ଆଜି ସକାଳ ୫ଟାରେ ବ୍ରଜରାଜନଗର ରାଜପୁର କଟାପାଲି ସ୍ଥିତ କୁଞ୍ଜବନଙ୍କ ପୈତୃକ ଘରରେ ଚଢ଼ାଉ କରିଥିଲେ। ସେହି ପରି ବନ୍ଧବାହାଲ ସ୍ଥିତ କୁଞ୍ଜବନଙ୍କ ଶ୍ୱଶୁର ଘର, ଦେବଗଡ଼ ଘର ଓ ଅଫିସରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଅନ୍ୟାନ୍ୟ କାଗଜପତ୍ର ଭିଜିଲାନ୍ସ ଯାଞ୍ଚ କରୁଥିବା ସୂଚନା ମିଳିଛି ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories