www.samajalive.in
Monday, December 15, 2025
16.1 C
Bhubaneswar

ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ବିୟୋଗରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଶୋକ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ, ପୂର୍ବତନ ସାଂସଦ ତଥା ଓ ତିର୍ତୋଲର ବିଧାୟକ ବିଷ୍ଣୁ ଦାସଙ୍କ ବିୟୋଗରେ ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତା ରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ସ୍ୱର୍ଗତ ଦାସଙ୍କ ଦୀର୍ଘ ରାଜନୈତିକ ଜୀବନ, ସମାଜ ସେବାକୁ ଜଗତସିଂହପୁର ଜିଲ୍ଲା ତଥା ସମଗ୍ର ଓଡିଶା ବାସୀ କେବେବି ଭୁଲି ପାରିବେ ନାହିଁ ବୋଲି କହିଛନ୍ତି ଓ ଦୀର୍ଘ ୬ ଥର ବିଧାୟକ ହେବା ସହ ରାଜ୍ୟସଭା ସାଂସଦ ଏବଂ ଯୋଜନା ବୋର୍ଡ ଉପଧକ୍ଷ ଭବେ ଯେଉଁ ଯଶ ଅର୍ଜନ କରିଯାଇଛନି ତାହା ସତରେ ବିରଳ ଓ ତାଙ୍କର ବିୟୋଗ ସମଗ୍ର ରାଜ୍ୟ ରାଜନୀତି ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଓ ତାଙ୍କ ଆଦର୍ଶ, ସେବା ଓ ଜନ କଲ୍ୟାଣ ମନୋଭାବ ଆଗାମୀ ପିଢ଼ି ଲାଗି ପ୍ରେରଣାର ଉତ୍ସ ହେବ ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ ଶୋକ ବାର୍ତ୍ତା ରେ କହିଛନ୍ତି ଏହି ଦୁଃଖଦ ସମୟରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ପରିବାର ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

Hot this week

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

Related Articles

Popular Categories