www.samajalive.in
Monday, December 8, 2025
13.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ୯ ମାମଲା, ୩୦ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୯ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୬ଟି ମାମଲା ଲକ୍‌ ଡାଉନ୍‌ ସମ୍ପର୍କିତ ହୋଇଥିବାବେଳେ ୨ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ଏବଂ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୩୦ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩,୦୨,୭୮୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୦,୦୯୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୬,୭୦୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୨୧୭ ରହିଛି। ୪୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୪୦ ରହିଛି। ୩,୫୫୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories