www.samajalive.in
Tuesday, December 9, 2025
16.1 C
Bhubaneswar

ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ : ସ୍ବାସ୍ଥ୍ୟକର୍ମୀ ଓ କରୋନା ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ବର : ଶୁକ୍ରବାର ରାଜ୍ୟରୁ ସର୍ବାଧିକ ତଥା ରେକର୍ଡ ସଂଖ୍ୟକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭୯୭୨କୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ସ୍ବାସ୍ଥ୍ୟକର୍ମୀ ଓ କରୋନା ଯୋଦ୍ଧାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ଯେଉଁମାନଙ୍କର ଅକ୍ଳାନ୍ତ ପରିଶ୍ରମ ଯୋଗୁ ଗତ ତିନିଦିନ ଧରି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହେଉଛନ୍ତି।

ସୂଚନାଯୋଗ୍ୟ, ଶୁକ୍ରବାର ରାଜ୍ୟରୁ ସର୍ବାଧିକ ତଥା ରେକର୍ଡ ସଂଖ୍ୟକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗୁରୁବାର ୪୦୧ ଜଣ ଏବଂ ବୁଧବାର ୩୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ଆଜି ଗଞ୍ଜାମରୁ ସର୍ବାଧିକ ୧୮୫ ଜଣ ଏବଂ ରାୟଗଡାରୁ ୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବଲାଙ୍ଗୀରରୁ ୪୫, କଟକରୁ ୩୨, ମାଲକାନଗିରିରୁ ୩୦, ବରଗଡ ଓ ସୁନ୍ଦରଗଡରୁ ୨୪ ଜଣ ଲେଖାଏଁ , ଅନୁଗୋଳରୁ ୨୩, ବାଲେଶ୍ବରରୁ ଓ ଜଗତସିଂହପୁରରୁ ୧୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଅନ୍ୟପକ୍ଷରେ ଖୋର୍ଦ୍ଧାରୁ ୧୫, ଯାଜପୁରରୁ ୧୩, କେନ୍ଦ୍ରାପଡାରୁ ୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତି, ଝାରସୁଗୁଡା ଏବଂ ନବରଙ୍ଗପୁରରୁ ୮ ଜଣ ଲେଖାଏଁ ଓ ମୟୂରଭଞ୍ଜରୁ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ଭଦ୍ରକରୁ ୪, ପୁରୀରୁ ୩, ଢେଙ୍କାନାଳ ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, କନ୍ଧମାଳ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି।

ଏହାସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭,୯୭୨କୁ ବୃଦ୍ଧି ପାଇଛି। ଏଯାବତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି ପାଇଛି। ସକ୍ରିୟ ମାମଲା ସଂଖ୍ୟା ୩,୯୧୧ ଥିବାବେଳେ ମୃତ୍ୟୁ ସଂଖ୍ୟା ୫୬ରେ ପହଞ୍ଚିଛି।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories