www.samajalive.in
Monday, December 15, 2025
27.1 C
Bhubaneswar

କରୋନା କବଳରେ ବଚ୍ଚନ ପରିବାର : ବିଗ୍ ବିଙ୍କ ପରେ ପୁଅ ଅଭିଷେକ ସଂକ୍ରମିତ

ମୁମ୍ବଇ : ବଲିଉଡ ସମ୍ରାଟ ଅମିତାଭ ବଚ୍ଚନ କରୋନା ପଜିଟିଭ୍ ଆସିବା ପରେ ତାଙ୍କ ପୁଅ ଅଭିଷେକ ବଚ୍ଚନ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ପିତା ଅମିତାଭ କରୋନା ପଜିଟିଭ ଆସିବା ପରେ ୪୪ ବର୍ଷୀୟ ଅଭିଷେକ ବଚ୍ଚନଙ୍କ କରୋନା ପରୀକ୍ଷା କରାଯାଇଥିଲା। ସମଗ୍ର ବଚ୍ଚନ ପରିବାର ଏବଂ ସେମାନଙ୍କ କର୍ମଚାରୀଙ୍କୁ ପରୀକ୍ଷା କରାଯାଇଥିଲା, ଏହା ପରେ ଅଭିଷେକ ବର୍ତ୍ତମାନ କରୋନା ପଜିଟିଭ୍ ବୋଲି ଜଣାପଡିଛି। ଅଭିଷେକଙ୍କୁ ନାନାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏନେଇ ଅଭିଷେକ ଟ୍ବିଟ୍ କରି ସୂଚନା ଦେଇଛନ୍ତି।

ଏହା ପୂର୍ବରୁ ମିତାଭ ବଚ୍ଚନ କରୋନାରେ ସଂକ୍ରମିତ ହେବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୭୭ ବର୍ଷୀୟ ଅମିତାଭ ବଚ୍ଚନ ନିଜେ ଟ୍ୱିଟର ମାଧ୍ୟମରେ ସେ କରୋନା ପଜିଟିଭ ଆସିଥିବା ସୂଚନା ଦେଇଛନ୍ତି।

- Advertisement -

ବିଭିନ୍ନ ମହଲରୁ ଉଭୟଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories