www.samajalive.in
Monday, December 15, 2025
26.1 C
Bhubaneswar

ରାଜ୍ୟରେ ୧୩ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଆଉ ୫୯୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରବିବାର ଚିହ୍ନଟ ୫୯୫ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୧୨୧ରେ ପହଞ୍ଚିଛି। ଆଜି ଚିହ୍ନଟ ୫୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୨୦୧ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ଚିହ୍ନଟ ୫୯୫ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ପୁଣି ଥରେ ସର୍ବାଧିକ ୨୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୧, ବରଗଡରୁ ୩, ଭଦ୍ରକରୁ ୧୧, ବଲାଙ୍ଗୀର ୧, କଟକରୁ ୧୧, ଗଜପତିରୁ ୨୦, ଜଗତସିଂପୁରରୁ ୫, ଯାଜପୁରରୁ ୯୭, କଳାହାଣ୍ଡିରୁ ୪, କେନ୍ଦ୍ରାପଡାରୁ ୨, କେଉଁଝରରୁ ୩, ଖୋର୍ଦ୍ଧା ୭୬, କୋରାପୁଟରୁ ୪୪, ମାଲକାନଗିରିରୁ ୩୬, ମୟୂରଭଞ୍ଜରୁ ୧୪, ନୟାଗଡରୁ ୫, ପୁରୀରୁ ୧୦, ରାୟଗଡା ଓ ସମ୍ବଲପୁରର ୨ ଜଣ ଲେଖାଏଁ ଏବଂ ସୁନ୍ଦରଗଡରୁ ୮ଜଣ ରହିଛନ୍ତି ।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ ଲକ୍ଷ ୩୪ ହଜାର ୫୨୭ଟି ନମୂନା ପରୀକ୍ଷଣ କରାଯାଇ ଥିବା ବେଳେ ୧୩ ହଜାର ୧୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮ ହଜାର ୩୬୦ ଜଣ ସୁସ୍ଥ ହୋଇଥିବା ବେଳେ ୬୪ ଜଣଙ୍କର ମହାମାରୀ କରୋନାରେ ମୃତ୍ୟୁ ହୋଇଛି ଏବଂ ୨୦ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ରାଜ୍ୟରେ ୪ ହଜାର ୬୭୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories