www.samajalive.in
Monday, December 8, 2025
27.1 C
Bhubaneswar

ସୁଦର୍ଶନ ଦାସ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନର ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର: ଏଆଇସିସି ଅଧୀନରେ କାର୍ଯ୍ୟକରୁଥିବା ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନର ରାଷ୍ଟ୍ରୀୟ ଅଧ୍ୟକ୍ଷା ମିନାକ୍ଷୀ ନଟରାଜନ ଓଡ଼ିଶା ପାଇଁ ସୁଦର୍ଶନ ଦାସଙ୍କୁ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନର ଅଧ୍ୟକ୍ଷ ଭାବରେ ନିଯୁକ୍ତି ଦେଇଛନ୍ତି। ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ଭାରତୀୟ ଜାତୀୟ କଂଗ୍ରେସ ଦଳର ଏକ ଛାମୁଆ ସଙ୍ଗଠନ ଭାବରେ କାର୍ୟ୍ୟକରି ଆସୁଛି। ବିଶେଷକରି ଦେଶରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସଶକ୍ତ କରାଇବା ସହିତ ତୃଣମୁଳ ସ୍ତରରେ ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା କ୍ଷେତ୍ରରେ ଏହାର ଭୂମିକା ଦେଶରେ ଗୁରୁତ୍ୱପୂର୍ଣ୍ଣ।

ଗାନ୍ଧୀ, ବାବାସାହେବ ଆମ୍ବେଦକରଙ୍କ ଆଦର୍ଶକୁ ମୁଳମନ୍ତ୍ର ଭାବରେ ଗ୍ରହଣ କରି ଗ୍ରାମ ସୋରାଜ ଓ ସାମାଜିକ ନ୍ୟାୟ ପ୍ରତିଷ୍ଠା କ୍ଷେତ୍ରରେ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ବିଭିନ୍ନ କାର୍ୟ୍ୟକ୍ରମ ନେଇ ଆସୁଛି। ଓଡ଼ିଶାରେ ଏହାର କାର୍ୟ୍ୟକ୍ରମକୁ ବ୍ୟାପକ ଓ ଶକ୍ତିଶାଳୀ କରିବା ପାଇଁ ସୁଦର୍ଶନ ଦାସଙ୍କୁ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଦିଆଯାଇଛି। ଆଗାମୀ ପଞ୍ଚାୟତ ନିର୍ବାଚନରେ ଦଳ କିପରି ତାର ଶକ୍ତି ପ୍ରଦର୍ଶନ କରିପାରିବ ସେ ଦିଗରେ ସୁଦର୍ଶନ କାର୍ୟ୍ୟ କରିବେ। ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଥିବାରୁ ସୁଦର୍ଶନ ଦାସ ଭାରତୀୟ ଜାତୀୟ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନର ରାଷ୍ଟ୍ରୀୟ ଅଧ୍ୟକ୍ଷା ମିନାକ୍ଷୀ ନଟରାଜନ ଓ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories