www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ୧୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ପୁଣି ୫୪୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୫୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ଚିହ୍ନଟ ୫୪୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୨୮୦ ରେ ପହଞ୍ଚିଛି। ଆଜି ଚିହ୍ନଟ ୫୪୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୧୮୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ତେବେ ମଙ୍ଗଳବାର ଚିହ୍ନଟ ହୋଇଥିବା ୫୪୩ କରୋନା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ପୁଣିଥରେ ସର୍ବାଧିକ ୧୮୮ ଜଣ ରହିଥିବା ଜଣାପଡିଛି। ସେହିପରି  ଅନୁଗୁଳିରୁ ଜଣେ, ବାଲେଶ୍ୱରରୁ ୮, ବରଗଡରୁ ୩ , ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୫, ବୌଦ୍ଧରୁ ୭, କଟକରୁ ୩୯, ଢେଙ୍କାନାଳରୁ ୨, ଗଜପତିରୁ ୨୯, ଜଗତସିଂହପୁରରୁ ୧୫, ଯାଜପୁରରୁ ଜଣେ, ଝାରସୁଗୁଡାରୁ ୬, କେନ୍ଦ୍ରାପଡାରୁ ୧୦, କେନ୍ଦୁଝରରୁ ୨୨, ଖୋର୍ଦ୍ଧାରୁ ୮୭, ମାଲକାନଗିରିରୁ ୧୧, ମୟୁରଭଞ୍ଜରୁ ୨୨, ନୟାଗଡରୁ ଜଣେ, ପୁରୀରୁ ୭, ରାୟଗଡାରୁ ୨୪, ସମ୍ବଲପୁରରୁ ୨, ସୁନ୍ଦରଗଡରୁ ୫୨ ଚିହ୍ନଟ ହୋଇଛନ୍ତି ।

- Advertisement -


ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୪୭ ହଜାର ୨୨୬ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୧୪ ହଜାର ୨୮୦ ଜଣ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯ ହଜାର ୨୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୨୧ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ୪ ହଜାର ୯୨୯ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories