www.samajalive.in
Monday, December 8, 2025
27.1 C
Bhubaneswar

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ ବୁଧବାର; ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ରମେଶ ପୋଖରିଆଲ

ନୂଆଦିଲ୍ଲୀ : ଆସନ୍ତାକାଲି ପ୍ରକାଶ ପାଇବ ସିବିଏସ୍ଇ ଦଶମ ଶ୍ରେଣୀ ରେଜଲ୍ଟ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ମାନବସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ। ମନ୍ତ୍ରୀ ନିଶଙ୍କ ଟ୍ବିଟ୍ କରି ସୂଚନା ଦେବା ସହ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


ସୂଚନାଯୋଗ୍ୟ ଗତକାଲି ସିବିଏସ୍ଇ ଦ୍ବାଦଶ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇଥିଲା। ଚଳିତ ବର୍ଷ ଦ୍ୱାଦଶ ଶ୍ରେଣୀର ଫଳାଫଳ ପୂର୍ବ ବର୍ଷ ତୁଳନାରେ ୫.୩୮ ପ୍ରତିଶତ ଅଧିକ ରହିଥିଲା। ଚଳିତ ବର୍ଷ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାର ଫଳାଫଳ ୮୮.୭୮ ପ୍ରତିଶତ ରହିଥିଲା, ଯାହା ଗତ ବର୍ଷ ତୁଳନାରେ ଭଲ। ଏହି ବର୍ଷ ୧୦.୫୯ ଲକ୍ଷ ଛାତ୍ର ଦ୍ୱାଦଶ ଶ୍ରେଣୀରେ ଯୋଗ୍ୟତା ଅର୍ଜନ କରିଛନ୍ତି। ୨୦୨୦ ଶିକ୍ଷା ବର୍ଷରେ ଦିଲ୍ଲୀ ଏନ୍‌ସିଆର୍‌ ଅଞ୍ଚଳରେ ୯୪.୩୯ ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ଦ୍ୱାଦଶ ପରୀକ୍ଷାରେ ପୁଅଙ୍କ ଅପେକ୍ଷା ଝିଅମାନେ ବେଶ୍‌ ଭଲ ପ୍ରଦର୍ଶନ କରିଛନ୍ତି । ଚଳିତ ବର୍ଷ କୌଣସି ଟପରଙ୍କ ନାମ ଘୋଷଣା କରାଯାଇ ନାହିଁ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories