www.samajalive.in
Saturday, December 6, 2025
16.1 C
Bhubaneswar

ସତ୍ୟକୁ ବିବଶ କରାଯାଇପାରେ, ପରାଜିତ ନୁହେଁ: ଉପମୁଖ୍ୟମନ୍ତ୍ରୀ ପଦରୁ ବହିଷ୍କାର ପରେ ପାଇଲଟଙ୍କ ପ୍ରତିକ୍ରିୟା

ଜୟପୁର: ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ପଦ ଏବଂ ପିସିସି ସଭାପତି ପଦରୁ ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟକୁ ବହିଷ୍କାର କରାଯିବା ପରେ ସେ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସଚିନ କହିଛନ୍ତି, ସତ୍ୟକୁ କିଛି ସମୟ ପାଇଁ ହଇରାଣ କରାଯାଇପାରେ, କିନ୍ତୁ ପରାଜିତ କରାଯାଇ ପାରିବ ନାହିଁ। ସଚିନ ସରକାରଙ୍କ ବିରୋଧରେ ବିଦ୍ରୋହ ଆରମ୍ଭ କରିବା ପ​‌ରେ ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ଅନୁସାରେ ତାଙ୍କୁ ମନ୍ତ୍ରିମଣ୍ଡଳ ସମେତ ଦଳର ରାଜ୍ୟ ସଭାପତି ପଦରୁ ବାହାର କରିଦିଆଯାଇଛି। ଅନ୍ୟପଟେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିବା ଲାଗି ୧୦ ଜନପଥସ୍ଥିତ ବାସଭବନରେ ପହଞ୍ଚିଛନ୍ତି। ରାଜସ୍ଥାନରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ପ୍ରସଙ୍ଗରେ ସେ ସୋନିଆଙ୍କ ସହ ଆଲୋଚନା କରି କିଛି ନିଷ୍ପତ୍ତି ନେଇପାରନ୍ତି ବୋଲି କୁହାଯାଉଛି।

ସେହିପରି ସଚିନଙ୍କୁ ବହିଷ୍କାର କରାଯିବା ପରେ ଜୟପୁରସ୍ଥିତ କଂଗ୍ରେସ ମୁଖ୍ୟାଳୟରୁ ତାଙ୍କ ନାମଫଳକକୁ ହଟାଇ ଦିଆଯାଇଛି। ସୂଚନାଯୋଗ୍ୟ, ସଚିନଙ୍କ ସ୍ଥାନରେ ଗୋବିନ୍ଦ ସିଂହଙ୍କୁ ରାଜସ୍ଥାନ ପିସିସି ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories