www.samajalive.in
Sunday, December 14, 2025
19.1 C
Bhubaneswar

ରାଜ୍ୟରେ କୋଭିଡ୍‌ ପରୀକ୍ଷଣ ୯୦୦୦ ବୃଦ୍ଧି କରାଯିବ, ଏଥିପାଇଁ ଘରୋଇ ଚିକିତ୍ସାଳକୁ ଦିଆଯିବ ଅନୁମତି

ଭୁବନେଶ୍ବର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଦୈନିକ ୭୦୦୦ ପରୀକ୍ଷଣ କରାଯାଉଥିବା ବେଳେ ଆଗାମୀ ଏକ ସପ୍ତାହ ମଧ୍ୟରେ ଏହାକୁ ୯୦୦୦କୁ ବୃଦ୍ଧି କରାଯିବ। ଲୋକମାନେ ଯେପରି ସୁବିଧାରେ ଟେଷ୍ଟ କରିପାରିବେ, ସେଥିପାଇଁ ଅଧିକ ଘରୋଇ ଚିକିତ୍ସାଳୟକୁ ମଧ୍ୟ ଅନୁମତି ଦିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରକାଶ କରିଥିଲେ। ରାଜ୍ୟରେ ବିଶେଷତଃ କଟକ, ଭୁବନେଶ୍ବର ଓ ଗଞ୍ଜାମରେ ଥିବା କୋଭିଡ ଚିକିତ୍ସାଳୟରେ ଶଯ୍ୟା ଓ ଆଇସିୟୁର କୌଣସି ଅଭାବ ନାହିଁ ବୋଲି ସେ ସ୍ପଷ୍ଟ  କରିଦେଇଥିଲେ।

ଭବିଷ୍ୟତକୁ ଦୃଷ୍ଟିରେ ରଖି ଏହିସବୁ ସହର ମାନଙ୍କରେ ଆହୁରି ୨୦୦ ଆଇ.ସି.ୟୁ ବେଡ ସହିତ ଶଯ୍ୟା ସଂଖ୍ୟା ଆଗାମୀ ୭ ଦିନ ମଧ୍ୟରେ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଆଯାଇଛି। ପୁରୀ ସହରରେ ସେରୋ ସର୍ଭେଲାନ୍ସ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଭୂବନେଶ୍ବରରେ କମ୍ୟୁନିଟି ସେରୋ ସର୍ଭେଲାନ୍ସ ସମ୍ପୂର୍ଣ୍ଣ ହୋଇଛି। ଏହା ସହିତ ହାଇ ରିସ୍କ ପପୁଲେସନ୍‌ ସେରୋ ସର୍ଭେଲାନ୍ସ  ଜାରି ରହିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସର୍ବଭାରତୀୟ ସ୍ତରରେ ସୁସ୍ଥତା ହାର ୬୩ ପ୍ରତିଶତ ଥିବାବେଳେ ଓଡିଶାରେ ଏହା ୬୪.୮୮ ପ୍ରତିଶତ ପହଞ୍ଚିଛି । ମୃତ୍ୟୁ ହାର ସର୍ବାଭାରତୀୟ ସ୍ତରରେ ୨.୬ ଥିବାବେଳେ, ଓଡିଶାରେ ଏହା ୦.୫ ପ୍ରତିଶତରେ ରହିଛି। ଆକ୍ରାନ୍ତଙ୍କ ମଧ୍ୟରେ ଯୁବ ବର୍ଗଙ୍କ ସଂଖ୍ୟା ୬୬ ପ୍ରତିଶତ ବୋଲି ଜଣାଯାଇଛି।

- Advertisement -

ଆସନ୍ତାକାଲି ଠାରୁ ରାଜ୍ୟରେ ପ୍ଲାଜମା ଥେରାପି ଭୁବନେଶ୍ବରର ସମ୍‌, କିମ୍‌ସ ଓ କଟକର ଅଶ୍ବିନୀ ହସ୍‌ପିଟାଲରେ ଆରମ୍ଭ କରାଯିବ। ଏସ୍‌ସିବି ମେଡ଼ିକାଲ୍‌ କଲେଜ ପ୍ଲାଜମା ଥେରାପିର ନୋଡାଲ ସେଣ୍ଟର ଭାବରେ କାମ କରିବ ବୋଲି ସୂଚନା ଦିଆଯାଇଥିଲା ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories