www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରୁ ଆଉ ୬୧୮ ପଜିଟିଭ୍ ଚିହ୍ନଟ, ୧୪,୮୯୮ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୬୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବୁଧବାର  ଚିହ୍ନଟ ୬୧୮ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୮୯୮ ରେ ପହଞ୍ଚିଛି। ଆଜି ଚିହ୍ନଟ ୬୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୧୧ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୨୦୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ତେବେ ବୁଧବାର ଚିହ୍ନଟ ହୋଇଥିବା ୬୧୮ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୧୪, ବାଲେଶ୍ୱରରୁ ୬୧ , ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨, ବୌଦ୍ଧରୁ ୨, କଟକରୁ ୧୬, ଢେଙ୍କାନାଳରୁ ୨,  ଗଜତସିହଂପୁରରୁ ୨୬ , ଯାଜପୁରରୁ ୫, ଝାରସୁଗୁଡାରୁ ଜଣେ, କେନ୍ଦ୍ରାପଡାରୁ ୯, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୧୦୭, କୋରାପୁଟରୁ ଜଣେ, ମାଲକାନଗିରିରୁ ୧୩, ମୟୁରଭଞ୍ଜରୁ ୧୩, ନୟାଗଡରୁ ୧୫, ପୁରୀରୁ ୫, ରାୟଗଡାରୁ ଜଣେ, ସମ୍ବଲପୁରରୁ ୧୦, ସୁନ୍ଦରଗଡରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି ।

- Advertisement -


ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୫୩ ହଜାର ୮୨୪ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୧୪ ହଜାର ୮୯୮ ଜଣ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯ ହଜାର ୮୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୭ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୨୪ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ୪ ହଜାର ୯୩୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

Related Articles

Popular Categories