www.samajalive.in
Sunday, December 7, 2025
15.1 C
Bhubaneswar

ଜିଓ ଓ ଗୁଗଲ ପ୍ରସ୍ତୁତ କରିବେ ଶସ୍ତା ଆଣ୍ଡ୍ରଏଡ଼ ଫୋନ୍

ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌), ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍‌) ଓ ଗୁଗୁଲ୍ ଏଲ୍‌ଏଲ୍‌ସି (ଗୁଗୁଲ୍‌) ପକ୍ଷରୁ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି ଘୋଷଣା ଅନୁଯାୟୀ ଜିଓ ପ୍ଲାଟଫର୍ମସ୍‌ରେ ଗୁଗୁଲ୍ ପକ୍ଷରୁ ୩୩,୭୩୭ କୋଟି ଟଙ୍କା ପୁଞ୍ଜିନିବେଶ କରାଯିବ । ଜିଓ ପ୍ଲାଟ୍‌ଫର୍ମସ୍‌ର ମୋଟ ଇକ୍ୱିଟି ମୂଲ୍ୟ ୪.୩୬ ଲକ୍ଷ କୋଟି ଟଙ୍କା ଆକଳନ ହିସାବରେ ଗୁଗୁଲ୍ ପକ୍ଷରୁ ଏହି ପୁଞ୍ଜିନିବେଶ କରାଯାଇଛି । ଗୁଗୁଲ୍‌ର ଏହି ନିବେଶ ଜିଓ ପ୍ଲାଟଫର୍ମସ୍‌ରେ ପୂର୍ଣ୍ଣ ବିଘଟିତ ହୋଇପାରୁଥିବା ୭.୭୩% ପ୍ରତିଶତ ଇକ୍ୱିଟି ଅଂଶଧନରେ ରୂପାନ୍ତରିତ ହେବ । ଏହା ସହିତ, ଜିଓ ପ୍ଲାଟଫର୍ମସ୍‌ରେ ଆର୍ଥିକ ଓ ଗୁରୁତ୍ୱପୂର୍ଣ୍ଣ ନିବେଶକମାନଙ୍କ ମୋଟ ପୁଞ୍ଜିନିବେଶ ପରିମାଣ ୧,୫୨,୦୫୬ କୋଟି ଟଙ୍କାରେ ପହଂଚିଛି । ଏହି ଅବସରରେ ଜିଓ ଓ ଗୁଗୁଲ ମିଳିତ ଭାବରେ ଭାରତୀୟଙ୍କ ନିମନ୍ତେ ଶସ୍ତା ସ୍ମାର୍ଟ ଫୋନ୍ ପ୍ରସ୍ତୁତ କରିବ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଘୋଷଣା କରିଛନ୍ତି।

ଭାରତର କୋଣ ଅନୁକୋଣରେ ଡିିଟିଟାଲ୍‌କରଣ (ଡିଜିଟାଇଜେସନ)ର ଲାଭ ପହଞ୍ଚାଇବା ଲାଗି ଜିଓ ଓ ଗୁଗୁଲ୍ ପକ୍ଷରୁ କରାଯାଉଥିବା ବର୍ତ୍ତମାନର ଉଦ୍ୟମ ଉପରେ ଆଧାର କରି ଏହି ନିବେଶ ବର୍ତମାନ ଦେଶରେ ଥିବା ୫୦୦ ନିୟୁତରୁ ଅଧିକ ଇଟଂରନେଟ୍ ବ୍ୟବହାରକାରୀଙ୍କ ଠାରୁ ଆହୁରି ଆଗକୁ ବୃଦ୍ଧି ପାଇବ । ଆଣ୍ଡ୍ରଏଡ୍ ଅପରେଟିଙ୍ଗ୍ ସିଷ୍ଟମ୍ ଓ ପ୍ଲେ ଷ୍ଟୋର୍ ଅପ୍‌ଟିମାଇଜେସନ୍ (ଅନୁକୂଳ) କରିବା ସହିତ ମିଳିତ ଭାବେ ଏଂଟ୍ରି ଲେବଲ୍ ବା ପ୍ରବେଶ ସ୍ତରର ସୁଲଭ ମୂଲ୍ୟର ସ୍ମାର୍ଟଫୋନ୍ ବିକଶିତ କରିବା ଲାଗି ଜିଓ ପ୍ଲାଟଫର୍ମସ୍ ଓ ଗୁଗୁଲ୍ ମଧ୍ୟରେ ଏକ ବାଣିଜ୍ୟିକ ଚୁକ୍ତିନାମା ସ୍ୱାକ୍ଷର କରାଯାଇଛି । ଭାରତର ନିୟୁତାଧିକ ମୋବାଇଲ୍ ବ୍ୟବହାରକାରୀ କିଭଳି ସ୍ମାର୍ଟଫୋନ୍‌ର ମାଲିକ ହୋଇପାରିବେ ତୃଣମୂଳ ସ୍ତରରୁ ତାହାକୁ ନେଇ ଭାବିବା ଲାଗି ଉଭୟ ସଂସ୍ଥା ଉତ୍ସାହିତ ରହିଛନ୍ତି । ଏହି ଉଦ୍ୟମ ନୂତନ ସୁଯୋଗ ସୃଷ୍ଟି କରିବ, ଯାହା ସକ୍ରିୟ ଆପ୍ଲିକେସନର ପରିବେଶ ବା ଇକୋସିଷ୍ଟମ୍‌କୁ ସଶକ୍ତ କରିବା ସହ ନୂଆ ଭାରତୀୟ ଅର୍ଥନୀତିର ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ଲାଗି ଅଭିନବତା ଓ ନୂତନତ୍ୱ ଉପରେ ଗୁରୁତ୍ୱ ପ୍ରଦାନ କରିବ ।

- Advertisement -

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନି, କହିଛନ୍ତି ଯେ, “ସହାୟକ ହେଉଥିବା ସୂଚନା ହାସଲ କରିବା ପାଇଁ ନିୟୁତାଧିକ ଭାରତୀୟ ଗ୍ରାହକଙ୍କୁ ଗୁଗୁଲ ସଶକ୍ତ କରିଛି ଏବଂ ସେହିପରି ପରିବର୍ତନ ଓ ନୂତନତ୍ୱ ଆଣିବା କ୍ଷେତ୍ରରେ ଜିଓ ହେଉଛି ଏକ ଶକ୍ତି । ଗୁଗୁଲ୍‌କୁ ଆମେ ସ୍ୱାଗତ କରୁଛୁ ଏବଂ ଏହି ସହଭାଗିତା ଭାରତକୁ କ’ଣ ସବୁ ପ୍ରଦାନ କରିପାରବ ସେନେଇ ବେଶ୍ ଉତ୍ସାହିତ ରହିଛୁ । ଏହି ସବୁ ମଧ୍ୟରେ ରହିଛି ଇଣ୍ଟରନେଟ ସାର୍ବଜନୀନ କରିବା ଠାରୁ ଆରମ୍ଭ କରି ନୂଆ ଡିଜିଟାଲ୍ ଅର୍ଥନୀତିକୁ ଆହୁରି ଗଭୀର କରିବା ଓ ଭାରତର ଅର୍ଥନୈତିକ ଅଭିବୃଦ୍ଧିକୁ ଏକ ପ୍ରମୁଖ ଗତିଶୀଳତା ପ୍ରଦାନ କରିବା ଇତ୍ୟାଦି । ଏକ ନୂତନ ଡିଜିଟାଲ୍ ଭାରତ ଗଠନର ପରିବର୍ତନଶୀଳ ଯାତ୍ରାରେ ଆମେ ମିଳିତ ଭାବେ ଏକ ସହାୟତା ପ୍ରଦାନକାରୀର ଭୂମିକା ନିର୍ବାହ କରିବାକୁ ଆଶା ରଖିଛୁ ।”

ଗୁଗୁଲ୍ ଓ ଆଲ୍‌ଫାବେଟ୍ ସିଇଓ ସୁନ୍ଦର ପିଚାଇ କହିଛନ୍ତି ଯେ, “ଭାରତର ଡିଜିଟାଲ୍ ପରିବର୍ତନ ଏବଂ ପୁନର୍ବିନ୍ୟାସ ପାଇଁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଓ ବିଶେଷ କରି ଜିଓ ପ୍ଲାଟଫର୍ମ ଅଧିକ ଶ୍ରେୟ ହାସଲ କରିବାର ହକଦାର । ଭାରତରେ ଡିଜିଟାଲ୍ ପରିବର୍ତନର ଓ ପୁନର୍ବିନ୍ୟାସର ଗତି ଓ ବ୍ୟାପକତା ଆମକୁ ଗଭୀର ଭାବେ ଅନୁପ୍ରାଣିତ କରିଛି ଏବଂ ପ୍ରଥମେ ଭାରତ ପାଇଁ ଉତ୍ପାଦ ଗଠନ କରିବା ଆମକୁ ସବୁସ୍ଥାନର ବ୍ୟବହାରକାରୀଙ୍କ ପାଇଁ ଉନ୍ନତ ଉତ୍ପାଦ ବିକଶିତ କରିବାରେ ସହାୟକ ହେଉଛି ବୋଲି ଆମର ରହିଥିବା ଭାବନାକୁ ଏହା ଆହୁରି ସୂଦୃଢ଼ କରିିଛି । ଜିଓରେ ୩୩,୭୩୭ କୋଟି ଟଙ୍କା ନିବେଶ କରୁଥିବାରୁ ଗୁଗୁଲ୍ ଗର୍ବିତ । ମୁଁ ବହୁତ ଉତ୍ସାହିତ ଯେ ଆମର ମିଳିତ ସହଭାଗିିତା ବର୍ତମାନ ସୁଦ୍ଧା ସ୍ମାର୍ଟଫୋନ୍‌ର ମାଲିକ ହୋଇପାରିନଥିବା ଶତାଧିକ ନିୟୁତ ଭାରତୀୟଙ୍କ ପାଖରେ ତାହା ପହଞ୍ଚାଇବା ଉପରେ ଧ୍ୟାନ ଦେବ ଏବଂ ଏହି ସମୟରେ ସମସ୍ତଙ୍କ ପାଇଁ ମୋବାଇଲ୍ ବ୍ୟବହାର ଅନୁଭୂତିକୁ ଅଧିକ ସମୃଦ୍ଧ କରିବ ।”

https://www.youtube.com/watch?v=DkIOKEuWjiM

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ସର୍ବାଧିକ ଅଧିକୃତ ସହଯୋଗୀ କମ୍ପାନୀ ଭାବେ ଜିଓ ପ୍ଲାଟଫର୍ମସ୍ ହେଉଛି ଏକ ପରବର୍ତୀ ପିଢ଼ିର ଟେକ୍ନୋଲୋଜି ପ୍ଲାଟଫର୍ମ ଯାହାକି ୩୮୮ ନିୟୁତରୁ ଅଧିକ ଗ୍ରାହକଙ୍କୁ ସମଗ୍ର ଭାରତରେ ଉଚ୍ଚମାନର ତଥା ସୁଲଭ ମୂଲ୍ୟରେ ଡିଜିଟାଲ୍ ସେବା ଯୋଗାଇବା ଉପରେ ଗୁରୁତ୍ୱ ଦେଉଛି । ଜିଓ ପ୍ଲାଟଫର୍ମ ଏହାର ଡିଜିଟାଲ ଇକୋସିଷ୍ଟମ ମଧ୍ୟରେ ବ୍ରଡ୍‌ବ୍ୟାଣ୍ଡ ସଂଯୋଗୀକରଣ, ସ୍ମାର୍ଟ ଡିଭାଇସ୍‌, କ୍ଲାଉଡ୍ ଏବଂ ଏଜ୍ କମ୍ପ୍ୟୁଟିଂ, ବୃହତ ଡାଟା ଆନାଲିଟିକ୍ସ, କୃତ୍ରିମ ବୁଦ୍ଧିମତା (ଆର୍ଟିଫିସିଆଲ ଇଟେଂଲିଜେନ୍ସ), ଇଂଟରନେଟ୍ ଅଫ୍ ଥିଙ୍ଗସ୍‌, ଅଗମେଂଟେଡ୍ ଆଣ୍ଡ୍ ମିକ୍ସଡ୍ ରିଅଲିଟି ଏବଂ ବ୍ଲକ୍ ଚେନ୍ ଆଦି ଅଗ୍ରଣୀ ଟେକ୍ନୋଲୋଜିକୁ ଆଧାର କରି ବ୍ୟାପକ ବିନିଯୋଗ କରିଛି । ଜିଓର ଲକ୍ଷ୍ୟ ହେଉଛି ସାରା ଦେଶର ୧୩୦ କୋଟି ଲୋକ ଏବଂ ବ୍ୟବସାୟଗୁଡିକ ପାଇଁ ଏକ ଡିଜିଟାଲ୍ ଇଣ୍ଡିଆକୁ ସକ୍ଷମ କରିବା ଯାହା ସାରାଦେଶର ବ୍ୟବସାୟ, ଛୋଟ ବ୍ୟବସାୟୀ, କ୍ଷୁଦ୍ର ବ୍ୟବସାୟ ଏବଂ କୃଷକମାନଙ୍କୁ ସାମୂହିକ ଅଭିବୃଦ୍ଧିର ଫଳ ପ୍ରଦାନ କରିପାରିବ । ରିଲାଏନ୍ସ ଜିଓ ଇନଫୋକମ୍ ଲିମିଟେଡ୍ ଯାହା ୩୮୮ ନିୟୁତ ଗ୍ରାହକଙ୍କୁ ଯୋଗାଯୋଗ ସେବା ପ୍ରଦାନ କରୁଛି ତାହା ଜିଓ ପ୍ଲାଟଫର୍ମସ୍‌ର ସମ୍ପୂର୍ଣ୍ଣ ଅଧିକୃତ ସହଯୋଗୀ ସଂସ୍ଥା ହୋଇରହିବ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories