www.samajalive.in
Sunday, December 7, 2025
26.1 C
Bhubaneswar

ଛାତ୍ରଛାତ୍ରୀଙ୍କ ଘରକୁ ଯାଇ ଆଲୋଚନା କଲେ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର କୁଳପତି

ଜୟପୁର : କୋରାପୁଟ ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଆଇ.ରାମବ୍ରହ୍ମ କୋରାପୁଟ ଏବଂ ଜୟପୁରରେ ରହୁଥିବା ଟର୍ମିନାଲ ସେମିଷ୍ଟାର ଛାତ୍ରଛାତ୍ରୀମାନଙ୍କ ଘରକୁ ଯାଇ ସେମାନଙ୍କ ସହିତ ଆଲୋଚନା କରିଛନ୍ତି। ସେ ଛାତ୍ର ଛାତ୍ରୀ ଏବଂ ସେମାନଙ୍କ ପିତାମାତାଙ୍କ ଦ୍ବାରା ପ୍ରଦାନ କରା ଯାଇଥିବା ଆତିଥ୍ୟତା ଓ ସମ୍ମାନକୁ ବିନମ୍ରତାର ସହ ଗ୍ରହଣ କରିଥିଲେ। ଛାତ୍ରଛାତ୍ରୀ ଏବଂ ସେମାନଙ୍କ ପରିବାରର ଗହଣରେ କିଛି ସମୟ ଅତିବାହିତ କରି ସେ ବେଶ ଆତ୍ମସନ୍ତୋଷ ଲାଭ କରିଥିଲେ।  କିଛି ଛାତ୍ରଛାତ୍ରୀ ନିଜ ଅଞ୍ଚଳରେ ମୌଳିକ ସୁବିଧା ଅଭାବରୁ ଘରେ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି। କୋରୋନା ମହାମାରୀ ସେମାନଙ୍କ ଜୀବନ ଓ ସାମାଜିକ ଅବସ୍ଥାକୁ ଆହୁରି ଦୁର୍ବିସହ କରିଦେଇଛି ବୋଲି ସେ ଅନୁଭବ କରିଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories