www.samajalive.in
Monday, December 8, 2025
20.1 C
Bhubaneswar

କରୋନା ଅପଡେଟ୍ : ଦେଶରେ ୬ଲକ୍ଷ ଅତିକ୍ରମ କଲା ଆରୋଗ୍ୟ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ  କରୋନା ଭୂତାଣୁ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ସଂଖ୍ୟା ଆଜି ୬ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୦ ହଜାର ୭୮୩ ଜଣ ଆରୋଗ୍ୟ ଲାଭ କରିବା ସହ ଏପର୍ଯ୍ୟନ୍ତ ମୋଟ୍‍ ୬ଲକ୍ଷ ୧୨ ହଜାର ୮୧୫ ଜଣ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ କରୋନା ଆରୋଗ୍ୟ ହାର ୬୩.୨୫%କୁ ବୃଦ୍ଧି ପାଇଛି। ସେହିପରି ବର୍ତ୍ତମାନ ଦେଶର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୧୪୬ ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୨ ହଜାର ୬୯୫ ଜଣ ନୂଆ ଲୋକ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ସଂକ୍ରମିତମାନଙ୍କ ସଂଖ୍ୟା ୯ଲକ୍ଷ ୬୮ ହଜାର ୮୭୬ ରହିଛି। ସେହିପରି ଆଉ ୬୦୬ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିବାରୁ କରୋନା ମୃତ୍ୟୁସଂଖ୍ୟା ୨୪ ହଜାର ୯୧୫କୁ ଛୁଇଁଛି।
ଅନ୍ୟପକ୍ଷରେ ଭାରତୀୟ ଡାକ୍ତରୀ ଗବେଷଣା ପରିଷଦର କହିବା ଅନୁସାରେ ଗତ ୨୪ ଘଣ୍ଟା ଭିତରେ ଆଉ ୩ଲକ୍ଷ ୨୬ ହଜାର ୬୮୨ଟି ନମୁନା ପରୀକ୍ଷା କରାଯାଇଛି। ଗୋଟିଏ ଦିନ ଭିତରେ ଏହା ହେଉଛି ସର୍ବାଧିକ ନମୁନା ପରୀକ୍ଷଣ। ଏପର୍ଯ୍ୟନ୍ତ ମୋଟ୍‍ ୧କୋଟି ୨୭ ଲକ୍ଷ ୩୯ ହଜାର ୪୯୦ଟି ନମୁନାର ପରୀକ୍ଷା କରାଯାଇଛି। ଦେଶରେ ମୋଟ୍‍ ୧୨୩୪ଟି ପରୀକ୍ଷାଗାରରେ କୋଭିଡ୍‍ ନମୁନାର ପରୀକ୍ଷା କରାଯାଉଛି। ସେଗୁଡ଼ିକ ମଧ୍ୟରେ ୮୭୪ଟି ସରକାରୀ ପରୀକ୍ଷାଗାର ଓ ୩୬୦ଟି ବେସରକାରୀ ପରୀକ୍ଷାଗାର ରହିଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories