www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରୁ ଆଉ ୫୯୧ ପଜିଟିଭ୍ ଚିହ୍ନଟ :୧୬,୭୦୧ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରୁ ଆଜି ଆଉ ୫୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨୫ଟି ଜିଲାରୁ ଚିହ୍ନଟ ହୋଇଥିବା ୫୯୧ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ୭୦୧ରେ ପହଞ୍ଚିଛି। ଚିହ୍ନଟ ୫୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୧୯୭ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।


ଶନିବାର ଚିହ୍ନଟ ହୋଇଥିବା ୫୯୧ ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୧୮୨ ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲାରୁ ୧୨୧ ଜଣ ରହିଛନ୍ତି। ସେହିପରି ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୧୩, ବରଗଡରୁ ୩୫, ଭଦ୍ରକ ରୁ ୩, ବଲାଙ୍ଗୀରରୁ ୯, ବୌଦ୍ଧରୁ ୫, କଟକରୁ ୩୮, ଦେଓଗଡରୁ ୩, ଢେଙ୍କାନାଳରୁ ୯, ଜଗତସିଂହପୁରରୁ ୨୨, ଯାଜପୁର ରୁ ୧୯, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୮, କେନ୍ଦୁଝରରୁ ୬, କୋରାପୁଟରୁ ୪, ମାଲକାନଗିରିରୁ ୮, ମୟୁରଭଞ୍ଜରୁ ୨୨, ନବରଙ୍ଗପୁରରୁ ୨୨, ନୟାଗଡରୁ ୧୧, ପୁରୀରୁ ୬, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୦, ସୁନ୍ଦରଗଡରୁ ୧୮ ଜଣ ରହିଛନ୍ତି ।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ ଲକ୍ଷ ୭୭ ହଜାର ୮୯୩ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିମଧ୍ୟରୁ ୧୬ ହଜାର ୭୦୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ହଜାର ୩୩୦ ସୁସ୍ଥ ହୋଇଥିବା ବେଳେ ୮୬ ଜଣଙ୍କର ମହାମାରୀ କରୋନାରେ ଜୀବନ ଯାଇଛି ଏବଂ ୨୬ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟର ୫ ହଜାର ୨୫୯ ଜଣ ଆକ୍ରାନ୍ତର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସା ଚାଲିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories