www.samajalive.in
Monday, December 8, 2025
27.1 C
Bhubaneswar

ଗଞ୍ଜାମ ପାଲଟିଛି କରୋନା ଗଡ଼ : ୫ହଜାର ଅତିକ୍ରମ କଲା ଆକ୍ରାନ୍ତଙ୍କ ସଂଖ୍ୟା

ବ୍ରହ୍ମପୁର : ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଯାହା ରାଜ୍ୟ ସରକାରଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଏଥିସହ ସଂକ୍ରମଣ ବ୍ୟାପୁଥିବାରୁ ଜିଲାବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସବୁଦିନ ସର୍ବାଧିକ ଚିହ୍ନଟ ହେଉଥିବା ଦେଖାଯାଉଛି। ଆଜି ରାଜ୍ୟରେ ୫୯୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୫୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରେ କେବଳ ଗଞ୍ଜାମ ଜିଲାରୁ ସର୍ବାଧିକ ୧୮୨ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଗଞ୍ଜାମ ଜିଲାରେ ଆକ୍ରନ୍ତଙ୍କ ସଂଖ୍ୟା ୫୨୮୦କୁ ବୃଦ୍ଧି ପାଇଛି। ସେହିଭଳି ୩୭୭୫ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବାବେଳେ ୧୯୫୦ ଆକ୍ଟିଭ କେସ୍ ରହିଛି।
ଜିଲାର ୮୪ ପ୍ରତିଶତ ଗ୍ରାମାଞ୍ଚଳ ଗ୍ରୀନ ଜୋନ୍‌ରେ ଏବଂ ୧୬ ପ୍ରତିଶତ ଗ୍ରାମାଞ୍ଚଳ ରେଡ୍‌ ଜୋନରେ ରହିଛି। ଜିଲାର ୩୦୬୬ଟି ଗାଁ ରହିଛି ସେଥିରୁ ୨୫୬୪ଟି ଗାଁ ଗ୍ରୀନ୍‌ ଜୋନରେ ଥିବାବେଳେ ୫୦୨ଟି ଗାଁ ରେଡ୍‌ ଜୋନ୍‌ରେ ରହିଛି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories