www.samajalive.in
Tuesday, December 9, 2025
17.1 C
Bhubaneswar

ଭୟଙ୍କର ହେଉଛି ସ୍ଥିତି : ଦେଶରେ୨୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟା ମଧ୍ୟରେ ୩୭ହଜାର ୧୪୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି। ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ପ୍ରତିଦିନ ହୁ ହୁ ହୋଇ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହାରି ମଧ୍ୟରେ ଦେଶରେ ୨୮ ହଜାର ଟପିଛି କରୋନା ମୃତ୍ୟୁ ସଂଖ୍ୟା। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଭାରତରେ ୨୪ ଘଣ୍ଟାରେ ୩୭,୧୪୮ ଜଣ ବ୍ୟକ୍ତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୨୪ ଘଣ୍ଟାରେ ୫୮୭ ଜଣଙ୍କର ଜୀବନ ଯାଇଛି।


ଦେଶରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧୧ଲକ୍ଷ ୫୫ହଜାର ୧୯୧ ରହିଛି। ସେଥିମଧ୍ୟରୁ ୪ ଲକ୍ଷ ୨ହଜାର ୫୨୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବାବେଳେ ୭ଲକ୍ଷ ୨୪ହଜାର ୫୭୭ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।  ମହାରାଷ୍ଟ୍ରରରୁ ସର୍ବାଧିକ ୩ଲକ୍ଷ ୧୮ହଜାର ୬୯୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୨ହଜାର ୩୦ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।

- Advertisement -

 

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories