www.samajalive.in
Sunday, December 14, 2025
19.1 C
Bhubaneswar

ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମଧ୍ୟ ୫ ମାସ ପାଇଁ ମାଗଣା ଚାଉଳ ଓ ଡାଲି ପାଇବେ

ଭୁବନେଶ୍ବର : କରୋନା ସଂକ୍ରମଣ ଏବଂ ତଦ୍‌ଜନିତ ଲକ୍‌ଡାଉନ ଓ ସଟ୍‌ଡାଉନ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ ମାସ ମାଗଣାରେ ଡାଲି ଓ ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆରେ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଏହାଦ୍ବାରା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ପ୍ରତି ମାସରେ ମୁଣ୍ଡପିଛା ୫ କେଜି ଲେଖାଏ ଚାଉଳ ୫ ମାସ ପାଇଁ ମାଗଣା ଯୋଗାଇ ଦିଆଯିବ। ଏହାସହିତ ପ୍ରତି ମାସରେ ପରିବାର ପିଛା ଏକ କେଜି ଲେଖାଏ ଡାଲି ମଧ୍ୟ ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ଯୋଗାଇ ଦିଆଯିବ। ଏହାଦ୍ବାରା ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସୁବିଧାରୁ ବାଦ ପଡିଥିବା ଲକ୍ଷ ଲକ୍ଷ ହିତାଧିକାରୀମାନେ ଉପକାର ପାଇପାରିବେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories