www.samajalive.in
Monday, December 8, 2025
27.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୨୦ଟି ମାମଲା, ୩୨ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୦ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୧୫ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ, ୧ଟି ମାମଲା ହୋମ୍‌ କ୍ୱରାଣ୍ଟାଇନ୍‌ ଉଲ୍ଲଂଘନ ଏବଂ ୪ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୩୨ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪,୦୧,୬୪୪ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୮,୭୫୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୩,୩୦୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୪୦୦। ୧୦୩ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୫,୩୧୪ ରହିଛି। ୫,୭୧୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories