www.samajalive.in
Saturday, December 6, 2025
17.1 C
Bhubaneswar

ଚିନ୍ତା ବଢ଼ାଉଛି କରୋନା: ଦିନକରେ ସର୍ବାଧିକ ୪୫ ହଜାର ସଂକ୍ରମିତ, ୧୧୨୯ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଉଦ୍‌ବେଗର ବିଷୟ ପାଲଟିଛି। ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ରୋଗୀ ଚିହ୍ନଟ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ବି ପୂର୍ବ ତୁଳନାରେ ଯଥେଷ୍ଟ ଅଧିକ ରହିଛି। ଦିନକରେ ସର୍ବାଧିକ ୪୫ ହଜାର ୭୨୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ସହିତ ୧୧୨୯ ଜଣ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ଗୁରୁବାର ଦେଶରେ ସଂକ୍ରମିତ ସଂଖ୍ୟା ୧୨ ଲକ୍ଷ ପାର୍‌ ହୋଇଛି। ମୋଟ ୧୨ ଲକ୍ଷ ୩୮ ହଜାର ୬୩୫ ଜଣ ଏହି ମହାମାରୀ ଭୂତାଣୁରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ୨୯ ହଜାର ୮୬୧ରେ ପହଞ୍ଚିଛି। ବର୍ତ୍ତମାନ ଦେଶରେ ୪ ଲକ୍ଷ ୨୬ ହଜାର ୧୬୭ ସକ୍ରିୟ ରୋଗୀ ଥିବାବେଳେ ୭ ଲକ୍ଷ ୮୨ ହଜାର ୬୦୬ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories