ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୬ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୨୪ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍ କ୍ୱାରାଣ୍ଟାଇନ୍ ଉଲ୍ଲଂଘନ ଏବଂ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ । ୬୦ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪,୨୧,୯୩୧ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୧,୦୯୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୧୪,୩୯୨ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୬୪୩। ୧୦୮ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬,୬୬୧ ରହିଛି । ୭,୨୦୪ ଜଣ ହସ୍ପିଟାଲ୍ ଆଇସୋଲେସନ୍ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୨୬ ମାମଲା, ୬୦ ଗିରଫ
Popular Categories



