www.samajalive.in
Saturday, December 6, 2025
26.1 C
Bhubaneswar

ଶୁକ୍ରବାର ରାଶିଫଳ ( ୨୪/ ୦୭/୨୦୨୦ )

ମେଷ: କାର୍ଯ୍ୟର ଶୁଭାରମ୍ଭ ପୂର୍ବରୁ ପରାମର୍ଶ ଆବଶ୍ୟକ। ଅଧ୍ୟାପନା ପାଇଁ ପ୍ରସ୍ତୁତି ଚଳାଇ ପାରନ୍ତି। ସୁସମ୍ବାଦ ପାଇ ଖୁସି ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଦେବ-ଦ୍ବିଜ ପରାୟଣ ହେବେ।

ବୃଷ: ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ବିତର୍କରେ ବିଜୟୀ ହେବେ। ଶିଳ୍ପୋଦ୍ୟୋଗୀ ହୋଇପାରନ୍ତି। କଠିନ ପରିଶ୍ରମର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ। ମହିଳା ଗୋଷ୍ଠୀଙ୍କୁ ସାହାଯ୍ୟ ଦେବେ।

- Advertisement -

ମିଥୁନ: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦିଅଁ ଦର୍ଶନ ପାଇ ମାନସିକ ସ୍ତରରେ ଶାନ୍ତିଲାଭ କରିବେ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

କର୍କଟ: ଫଳର ଆଶା ନ ରଖି କର୍ମ କରି ଚାଲିବେ। ନୀତିରୁ ବିଚ୍ୟୁତ ନହୋଇ ନ୍ୟାୟ ମାର୍ଗରେ ଗତି କରିପାରନ୍ତି। ବିବିଧ ଧନର ଅଧିକାରୀ ହେବେ। କର୍ମଚଞ୍ଚଳ ରହିବେ। କୀର୍ତ୍ତିମାନ୍‌ ହେବେ। ସହିଷ୍ଣୁ ସ୍ବଭାବର ହେବେ। ମନ ପ୍ରଫୁଲ୍ଲ ରହିବ।

ସିଂହ: ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ସୁସ୍ବାଦୁ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ନୂଆବନ୍ଧୁଙ୍କ ଯୋଗୁଁ ଉପକୃତ ହେବେ। ସୁଚିନ୍ତିତ ମତବ୍ୟକ୍ତ କରିବେ।

କନ୍ୟା: ଅତିଥି ପରାୟଣ ହେବେ। ଖର୍ଚ୍ଚାନ୍ତ ହୋଇପାରନ୍ତି। ଗୁରୁ ଓ ଦେବ ପୂଜା ନିରତ ହେବେ। ଶୁଭ କାର୍ଯ୍ୟରେ ଧନବ୍ୟୟ କରିପାରନ୍ତି। ଆନନ୍ଦମୁଖର ରହିବେ। ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବେ। ଅର୍ଜିତ ଧନ ଭୋଗ କରିବେ।

ତୁଳା: ସୁଖ, ସନ୍ତୋଷ ଲାଭ କରିବେ। ସୁସମ୍ବାଦ ମିଳିବ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ ସୂତ୍ରରୁ, ଏପରିକି ସରକାରୀ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ।

ବିଛା: କାର୍ଯ୍ୟରେ ସଫଳତା ଲାଭ କରିବେ। ଶୁଭଖବର ପାଇ ପ୍ରଫୁଲ୍ଲିତ ହେବେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବ୍ୟବସାୟ ଲାଭଜନକ ହେବ। ବିବାଦରେ ବିଜୟୀ ହେବେ।

ଧନୁ: ଯଶସ୍ବୀ ହେବେ। କାର୍ଯ୍ୟରେ ସଫଳତା ମିଳିବ। ଅଧିକ କ୍ଷମତା ହାସଲ କରି, ତା’ର ସଦ୍‌ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ଆଶା ଫଳବତୀ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଆନନ୍ଦ ଉପଭୋଗ କରିବେ।

ମକର: ଆର୍ଥିକ ସ୍ଥିତି ଦୋହଲି ଯାଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ମଧୁର ସମ୍ଭାଷଣରେ ପରକୁ ଆପଣାର କରିବାରେ ସକ୍ଷମ ହେବେ। କୃଷିକ୍ଷେତରୁ ଲାଭ ପାଇବେ। ଭାଇଙ୍କ ଉପରେ ବିପଦର ସମ୍ଭାବନା ଅଛି। ସୁଖୀ ରହିବେ।

କୁମ୍ଭ: ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି। ପ୍ରିୟବନ୍ଧୁଙ୍କ ସାନ୍ନିଧ୍ୟ ପାଇବେ। ପ୍ରୀତି ଲାଭ ହେବ।

ମୀନ: କାର୍ଯ୍ୟ ଯେତେ କଠିନ ହେଉ ନା କାହିଁକି. ତା’ର ସଫଳ ରୂପାୟନ କରିବାରେ ସକ୍ଷମ ହେବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ମିଳିବ। ଶୁଭକାର୍ଯ୍ୟ କରିପାରନ୍ତି। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories