www.samajalive.in
Saturday, December 6, 2025
23.1 C
Bhubaneswar

ଆଜି କରୋନାରେ ୬ ମୃତ, ଗଲାଣି ୧୨୦ ଜୀବନ

ଭୁବନେଶ୍ଵର: ରାଜ୍ୟରେ ଆଜି କରୋନା ଭୂତାଣୁରେ ଆଉ ୬ ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାର ସର୍ବାଧିକ ୩ ଜଣ ରହିଥିବାବେଳେ ଭଦ୍ରକ, ଗଜପତି ଓ ରାୟଗଡ଼ା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି। ମୃତକଙ୍କ ମଧ୍ୟରେ ୪ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି। ଏହାକୁ ମିଶାଇ ଶୁକ୍ରବାର ସୁଦ୍ଧା ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୨୦କୁ ବୃଦ୍ଧି ପାଇଛି।

ଗଞ୍ଜାମ ଜିଲାର ୩ ମୃତକଙ୍କ ମଧ୍ୟରେ ଜଣେ ୪୪ ବର୍ଷୀୟ ପୁରୁଷ ଏବଂ ୫୯ ଓ ୫୦ ବର୍ଷୀୟା ୨ ମହିଳା ରହିଛନ୍ତି। ପୁରୁଷ ଜଣକ ମଧୁମେହ ରୋଗରେ ଆକ୍ରାନ୍ତ ଥିଲେ। ସେହିପରି ରାୟଗଡ଼ା ଜିଲାର ମୃତକ ଜଣେ ୭୧ ବର୍ଷୀୟ ବୃଦ୍ଧ। ସେ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କିଡ୍‌ନୀ ଜନିତ ରୋଗରେ ପୀଡ଼ିତ ଥିଲେ। ଗଜପତିର ମୃତକ ଜଣକ ୫୩ ବର୍ଷୀୟ ପୁରୁଷ ହୋଇଥିବାବେଳେ ଭଦ୍ରକ ମୃତକଙ୍କ ବୟସ ୬୦ ବର୍ଷ। ସେ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ଆକ୍ରାନ୍ତ ଥିଲେ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories