www.samajalive.in
Saturday, December 6, 2025
23.1 C
Bhubaneswar

ବିଧାନସଭାର ୫ କର୍ମଚାରୀଙ୍କୁ କରୋନା, ୩୧ ପର୍ଯ୍ୟନ୍ତ ବନ୍ଦ ଘୋଷଣା କଲେ ବାଚସ୍ପତି

ଭୁବନେଶ୍ଵର: ରାଜ୍ୟ ବିଧାନସଭାର ୫  ଜଣ କର୍ମଚାରୀ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ୩ ଦିନ ତଳେ ସେମାନଙ୍କ ନମୁନା ସଂଗ୍ରହ ହୋଇ ପରୀକ୍ଷା ପାଇଁ ପଠାଯାଇଥିଲା। ଆଜି ସେମାନଙ୍କର ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହା ସହିତ ବିଧାନସଭାକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ କରିବାକୁ ବାଚସ୍ପତି ଘୋଷଣା କରିଛନ୍ତି। ଏହି ସମୟ ମଧ୍ୟରେ ସମ୍ପୂର୍ଣ୍ଣ ବିଧାନସଭାକୁ ସାନିଟାଇଜ କରାଯିବ। ସେହିପରି ସଂକ୍ରମିତ ୫ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ କର୍ମଚାରୀଙ୍କ ପରୀକ୍ଷା କରାଯିବ ବୋଲି କୁହାଯାଇଛି।

ବାଚସ୍ପତିଙ୍କ ସୂଚନା ଅନୁସାରେ, କିଛି ଦିନ ତଳେ ବିଧାନସଭାର ଏକ କମିଟି ବୈଠକ ହୋଇଥିଲା। ବୈଠକରେ ଉପସ୍ଥିତ ଥିବା ଜଣେ ବିଧାୟକଙ୍କ ସ୍ବାବ୍‌ ପରୀକ୍ଷା କରାଯିବା ପରେ ତାଙ୍କର ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହା ପରେ ସମସ୍ତ କର୍ମଚାରୀଙ୍କୁ ପରୀକ୍ଷା କରାଇବାକୁ କୁହାଯାଇଥିଲା। ୩ ଦିନ ତଳେ କର୍ମଚାରୀମାନେ ପରୀକ୍ଷା କରାଇଥିଲେ। ଆଜି ସେମାନଙ୍କ ମଧ୍ୟରୁ ୫ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂଚନା ଦେଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories